ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗୁରୁବାର ରାଜ୍ୟରେ ୩,୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୬୯ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୧,୫୬୨ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୦୬ ଓ କଟକରୁୁ ୪୩୮ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବାଲେଶ୍ୱର ୨୬୨, ବରଗଡ଼ ୫୦, ଭଦ୍ରକ ୧୭୮, ବଲାଙ୍ଗୀର ୩୬, ବୌଦ୍ଧ ୮୪, ଦେବଗଡ଼ ୨୮, ଢ଼େଙ୍କାନାଳ ୧୧୪, ଗଜପତି ୧୮, ଗଞ୍ଜାମ ୨୭, ଜଗତସିଂହପୁର ୯୨, ଯାଜପୁର ୩୦୫, ଝାରସୁଗୁଡ଼ା ୧୯, କଳାହାଣ୍ଡି ୪୧, କନ୍ଧମାଳ ୪୮, କେନ୍ଦ୍ରାପଡ଼ା ୧୨୦, କେନ୍ଦୁଝର ୬୮, କୋରାପୁଟ ୮୦, ମାଲକାନଗିରି ୫୬, ମୟୁରଭଞ୍ଜ ୧୧୨, ନବରଙ୍ଗପୁର ୧୦୮, ନୟାଗଡ଼ ୧୦୬, ନୂଆପଡ଼ା ୧୯, ପୁରୀ ୧୯୯, ରାୟଗଡ଼ା ୭୯, ସମ୍ବଲପୁର ୩୭, ସୁବର୍ଣ୍ଣପୁର ୫୦, ସୁନ୍ଦରଗଡ଼ ୮୩ ଓ ଷ୍ଟେଟ ପୁଲରୁ ୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୬,୬୯୨ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୧୭,୩୫୯ଜଣ ସୁସ୍ଥ ହୋଇଥିବା ବେଳେ ୪୫,୮୦୯ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...
ସ୍ବମନ୍ଦିର ଫେରିଲେ ଦେବଦମ୍ପତି
ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ...
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣକୁ ପ୍ରାଧାନ୍ୟ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...


