ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ଗତ କିଛି ଦିନ ତଳେ ବେଣୁମାଧବ କରୋନାରେ ଆକ୍ରାନ୍ତ ହୋଇ ପୁଣି ସୁସ୍ଥ ହୋଇଥିଲେ। ତାଙ୍କର ଆରଟିପିସିଆର ରିପୋର୍ଟ ମଧ୍ୟ ନେଗେଟିଭ ଆସିଥିଲା। ହେଲେ ପରବର୍ତ୍ତୀ ସମୟରେ ତାଙ୍କର ଫୁସ୍ଫୁସ ସଂକ୍ରମିତ ହୋଇ ନଷ୍ଟ ହୋଇଯାଇଥିବା ଜଣାପଡ଼ିଥିଲା। ଫଳରେ ତାଙ୍କୁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ତାଙ୍କ ମୃତଦେହକୁ ବାଲେଶ୍ବର ଅଣାଯିବ। ସୂଚନା ମୁତାବକ ବେଣୁମାଧବ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡାଙ୍କ ପୁଅ। ବାଲେଶ୍ବରରେ ସମାଜସେବା ତଥା ରାଜନୀତି କ୍ଷେତ୍ରରେ ସେ ନିଜର ଏକ ପରିଚୟ ସୃଷ୍ଟି କରିପାରିଥିଲେ। ଏହା ସହିତ ସେ ବାଲେଶ୍ବରର ବିଭିନ୍ନ ଅନୁଷ୍ଠାନ ସହିତ ମଧ୍ୟ ଜଡ଼ିତ ଥିଲେ। ତାଙ୍କ ବିୟୋଗରେ ବାଲେଶ୍ୱରରେ ଶୋକର ଛାୟା ଖେଳିଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮...
ରାତିରେ ଶୋଇଥିଲେ, ଦଂଶିଲା ସାପ
ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ
ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...
ସାଧାରଣ ବଚ୍ସାରୁ ହତ୍ୟା
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
ସୁନ୍ଦରଗଡ଼,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...


