ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୨୪ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୫୪୨ ଥିଲା। ଗୁରୁବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୨୦୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୩୩୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୩ ହଜାର ୫୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ ଲକ୍ଷ ୨୬ ହଜାର ୭୪୦ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୬ କୋଟି ୫୫ ଲକ୍ଷ ୧୯ ହଜାର ୨୫୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୫୨ ଲକ୍ଷ ୩୮ ହଜାର ୨୨୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ
ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ...
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...
ଦିଲ୍ଲୀରେ ଖୋଲିବ ମଲ୍, ମାର୍କେଟ
ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...
୫୦୦ ଡୋଜ୍ କୋଭିଶିଲ୍ଡ୍ ନଷ୍ଟ ହେଲା…
ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...


