ମାଡ୍ରିଡ୍, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ ଫ୍ରେଞ୍ଚ ଓପନ୍ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ନୋଭାକ୍ ଜୋକୋଭିଚ୍ଙ୍କଠାରୁ ପରାସ୍ତ ହୋଇଥିଲେ, ଯିଏକି ଦୁଇଥର ଓ୍ବିମ୍ବେଲଡନ ଜିତିଛନ୍ତି। ସେ ଆହୁରି ମଧ୍ୟ ୨୦୦୮ ବେଜିଂ ଅଲିମ୍ପିକ୍ସରେ ସିଙ୍ଗଲ୍ସ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ନାଡାଲ କହିଛନ୍ତି, ସେ ତାଙ୍କ କ୍ୟାରିୟରକୁ ଆହୁରି ଲମ୍ବା କରିବାକୁ ଚାହୁଛନ୍ତି। ରୋଲାଣ୍ଡ ଗ୍ୟାରସ ଓ୍ବିମ୍ବେଲଡନ ମଧ୍ୟରେ ମାତ୍ର ୨ ସପ୍ତାହ ବ୍ୟବଧାନ ରହୁଥିବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି।
ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ
ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...
କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...
ଆଡ୍ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ
ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍ହକ୍ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...
‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’
ମୁମ୍ବାଇ, ୩।୬(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍ଘାଟନୀ ସଂସ୍କରଣର ଫାଇନାଲ ୧...
ସ୍ପେନ୍- ସ୍ବିଡେନ ମ୍ୟାଚ୍ ଗୋଲ ଶୂନ୍ୟ
ସେଭିଲେ,୧୬।୬: ୟୁରୋକପ୍ରେ ଗ୍ରୁପ୍ ଇ’ରେ ସୋମବାର ସ୍ପେନ୍ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ଗୋଲ ଶୂନ୍ୟ ଭାବେ ଶେଷ ହେବା...
ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଶ୍ରେଷ୍ଠ ବୋଲର ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...


