ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ଏହି ଐତିହ୍ୟ ଘୋଡ଼ା ପ୍ରତିମୂର୍ତ୍ତି ରାଜ୍ୟ ସରକାରଙ୍କ ଏକ ପ୍ରତୀକ। ଓଡ଼ିଶାର ଐତିହ୍ୟ ଏବଂ କୀର୍ତ୍ତିରାଜିକୁ ଚିହ୍ନଟ କରୁଥିବା ଏହି ଘୋଡ଼ା ମୂର୍ତ୍ତିକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ ବୋଲି ସୁର କହିଛନ୍ତି। ସ୍ଥାନାନ୍ତର ବେଳେ ତୀବ୍ର ବିରୋଧ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ୧୯୮୮ ମସିହାରେ ମାଷ୍ଟରକ୍ୟାଣ୍ଟିନ ଛକରେ ସ୍ଥାପିତ ହୋଇଥିବା ଏହି ଘୋଡା ମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସ୍ମାର୍ଟସିଟି ଓ ବିଏମ୍ସି ପକ୍ଷରୁ ୬ ମାସ ତଳେ ସଂସ୍କୃତି ବିଭାଗକୁ ଚିଠି ଲେଖାଯାଇଥିଲା। ଯାହା ଉପରେ ସଂସ୍କୃତି ବିଭାଗ ଏବେ ମୋହର ମାରିଛି। ଏହା ସହ ସ୍ମାର୍ଟ ଜନପଥ କାର୍ଯ୍ୟରେ ମାଷ୍ଟରକ୍ୟାଣ୍ଟିନଠାରେ ମଲଟି ମୋଡାଲ ହବ୍ ହେବା ନେଇ ଯୋଜନା ଥିବାରୁ ଏହାର ସ୍ଥାନାନ୍ତରଣ ଜରୁରୀ ବୋଲି ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି। କାରଣ ମଲଟି ମୋଡାଲ ହବ୍ ହେବା ପରେ ଏହି ଘୋଡ଼ା ଲୁଚି ଯିବାର ସମ୍ଭାବନା ଥିବାରୁ ଏହାକୁ ସ୍ଥାନାନ୍ତରଣ ପାଇଁ ନିଷ୍ପତ୍ତି ନିଆଯାଇଛି।
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...
ଭୁଲ୍ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା...
ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...
କୋଭିଡ୍ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍ଏସ୍
ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ
ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...


