ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି। ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ଏହି ଐତିହ୍ୟ ଘୋଡ଼ା ପ୍ରତିମୂର୍ତ୍ତି ରାଜ୍ୟ ସରକାରଙ୍କ ଏକ ପ୍ରତୀକ। ଓଡ଼ିଶାର ଐତିହ୍ୟ ଏବଂ କୀର୍ତ୍ତିରାଜିକୁ ଚିହ୍ନଟ କରୁଥିବା ଏହି ଘୋଡ଼ା ମୂର୍ତ୍ତିକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ ବୋଲି ସୁର କହିଛନ୍ତି। ସ୍ଥାନାନ୍ତର ବେଳେ ତୀବ୍ର ବିରୋଧ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ୧୯୮୮ ମସିହାରେ ମାଷ୍ଟରକ୍ୟାଣ୍ଟିନ ଛକରେ ସ୍ଥାପିତ ହୋଇଥିବା ଏହି ଘୋଡା ମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସ୍ମାର୍ଟସିଟି ଓ ବିଏମ୍ସି ପକ୍ଷରୁ ୬ ମାସ ତଳେ ସଂସ୍କୃତି ବିଭାଗକୁ ଚିଠି ଲେଖାଯାଇଥିଲା। ଯାହା ଉପରେ ସଂସ୍କୃତି ବିଭାଗ ଏବେ ମୋହର ମାରିଛି। ଏହା ସହ ସ୍ମାର୍ଟ ଜନପଥ କାର୍ଯ୍ୟରେ ମାଷ୍ଟରକ୍ୟାଣ୍ଟିନଠାରେ ମଲଟି ମୋଡାଲ ହବ୍ ହେବା ନେଇ ଯୋଜନା ଥିବାରୁ ଏହାର ସ୍ଥାନାନ୍ତରଣ ଜରୁରୀ ବୋଲି ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି। କାରଣ ମଲଟି ମୋଡାଲ ହବ୍ ହେବା ପରେ ଏହି ଘୋଡ଼ା ଲୁଚି ଯିବାର ସମ୍ଭାବନା ଥିବାରୁ ଏହାକୁ ସ୍ଥାନାନ୍ତରଣ ପାଇଁ ନିଷ୍ପତ୍ତି ନିଆଯାଇଛି।
ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା
ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ
ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ...
ଯୁକ୍ତିତର୍କରୁ ଭୁଜାଲି ଚୋଟ
କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ...


