ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍ (ଏଲ୍ଏମ୍ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା (ପିଏସ୍ଏ ପ୍ଲାଣ୍ଟ)ର ଶିଳାନ୍ୟାସ କରିଛନ୍ତି। ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରତି ପିଏସ୍ଏ ପ୍ଲାଣ୍ଟରୁ ପ୍ରତି ମିନିଟ୍ରେ ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦନ ହୋଇପାରିବ। ତନ୍ମଧ୍ୟରୁ ଜୁନ୍ ୯ରେ ୭ଟିର ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ଝାରସୁଗୁଡ଼ା, ଭଦ୍ରକ, ଜଗତ୍ସିଂହପୁର, ପୁରୀ, ସୋନପୁର, ନୟାଗଡ଼, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ଲହର ସମ୍ପର୍କରେ ସତର୍କ କରାଇ କହିଲେ, ରାଜ୍ୟରେ କୋଭିଡ୍ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆହୁରି ସାବଧାନ ହେବାକୁ ପଡ଼ିବ। କରୋନାର ତୃତୀୟ ଲହର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡ଼ିବ। ଏଥିସହିତ ଡବଲ ମାସ୍କ ପରିଧାନ ସହିତ ନିଶ୍ଚିତ ଭାବେ ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏପ୍ରିଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନସ୍ତର କମିବା ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏହାର ପ୍ରତିକାର ଲାଗି ରାଜ୍ୟର ସମସ୍ତ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ସରକାରଙ୍କ ସବୁ ବିପର୍ଯ୍ୟୟ ପରିଚାଳନାର ମୂଳ ଆଧାର। ତଦନୁଯାୟୀ ସବୁ କରୋନା ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। କରୋନା ମୁକାବିଲାରେ ଆଗଧାଡ଼ିରେ ରହି କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
ବିଭିନ୍ନ ସ୍ଥାନରେ ଆୟୋଜିତ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ସଭା ସଦସ୍ୟ ଏବଂ ବିଧାୟକମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲାର ଜିଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବାବେଳେ ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...
ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍
କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍। ଏହି ଡ୍ରୋନ୍କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...
ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍ଡାଉନ୍ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍ ଶୋ’ରୁମ୍ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ...
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍ସ୍ପଟ୍’
ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...


