କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିସହ ଗ୍ରାମାଞ୍ଚଳରେ କୋଭିଡ୍ ଟେଷ୍ଟ ଓ ଟିକାକରଣ ବ୍ୟାପକ କରାଯିବାକୁ ଦାବି କରାଯାଇଛି। ହାଇକୋର୍ଟ ଏ ନେଇ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ତାଙ୍କ ପିଟିଶନରେ ନିବେଦନ କରିଛନ୍ତି।
ପିଟିଶନରେ ଉଲ୍ଲେଖ ହୋଇଛି ଯେ, କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଗ୍ରାମାଞ୍ଚଳରେ ସଂକ୍ରମଣ ହାର ବଢିଛି। ରାଜ୍ୟରେ ହେଉଥିବା ପ୍ରକୃତ ମୃତ୍ୟୁର ତଥ୍ୟ ଲୁଚାଇବାକୁ ସରକାର ଚେଷ୍ଟା କରୁଛନ୍ତି। ଆବେଦନକାରୀ ମିଶ୍ର ଗତ ଏପ୍ରିଲ ୨୫ରେ ସତୀଚଉରା ଶ୍ମଶାନ ପରିଦର୍ଶନ କରି ସିଏମ୍ସି କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସେହିଦିନ ଅତିକମ୍ରେ ୪୪ ମୃତଦେହ ସତ୍କାର କରାଯାଇଥିବାବେଳେ ସରକାରୀ ଭାବେ ମାତ୍ର ୩ ବୋଲି ଦର୍ଶାଯାଇଥିଲା। ସେହିପରି ଏପ୍ରିଲ ୨୬ରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଅତିକମ୍ରେ ୪୦ ଶବଦାହ ହୋଇଥିବାବେଳେ ଧାଡ଼ିରେ ୮ରୁ ୯ ମୃତଦେହ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପଶ୍ଚିମ ଓଡ଼ିଶାର ନୂଆପଡ଼ାରେ ଗତ ଏପ୍ରିଲରେ କୋଭିଡ୍ ପଜିଟିଭ ହାର ୩୫ ପ୍ରତିଶତ ରହିଥିଲା। ଅର୍ଥାତ ୩ଜଣରେ ଜଣେ ଆକ୍ରାନ୍ତ ଥିଲେ। ସରକାରୀ ଭାବେ ୪ଜଣ ମୃତ୍ୟୁ ଦର୍ଶାଯାଇଥିବାବେଳେ ଜିଲାର କୋଭିଡ୍ ହସ୍ପିଟାଲ ପକ୍ଷରୁ ୮୨ ମୃତ୍ୟୁ ହୋଇଥିବା ରିପୋର୍ଟ ମିଳିଥିଲା। ସମ୍ବଲପୁର ଜିଲାରେ କୋଭିଡ୍ଜନିତ ମୃତ୍ୟୁ ୧୯୧ ବୋଲି ହସ୍ପିଟାଲ ପକ୍ଷରୁ ଜଣାପଡ଼ିିଥିବାବେଳେ ସରକାରୀ ତଥ୍ୟରେ ୮୨ବୋଲି ଦର୍ଶାଯାଇଥିଲା। ଅନ୍ୟପଟେ, ଦ୍ୱିତୀୟ ଲହରରେ ନୟାଗଡ଼ ଜିଲାରେ କୋଭିଡ୍ଜନିତ ମୃତ୍ୟୁସଂଖ୍ୟା ୯୭ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ମୁଖ୍ୟ ଜିଲା ଚିକିତ୍ସାଧିକାରୀ ତଥ୍ୟ ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ପୋର୍ଟାଲରେ ୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣଙ୍କର କୋଭିଡ୍ଜନିତ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି।
Posted inଆମ ଜିଲା ଖବର, କଟକ, କରୋନା ଭାଇରସ୍ View All
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
ବୁଗୁଡ଼ା, ୫।୬(ଡି.ଏନ୍.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...


