ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍ଟିଏଫ୍ର ଏକ ଟିମ୍ ତଦନ୍ତ ପାଇଁ ମୁମ୍ବାଇ ଯାଇଛି। ଏସ୍ଟିଏଫ୍ ସେଠାରେ ମୁମ୍ବାଇ ପୋଲିସ ହାତରେ ଧରାପଡ଼ିଥିବା ମାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ମୁଖ୍ୟ ସୁଦୀପ ମୁଖାର୍ଜୀଙ୍କୁ ଜେରା କରିବ। ସୁଦୀପ ଡ୍ରଗ୍ସ ଲାଇସେନ୍ସ ଠକେଇ ମାମଲାରେ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ସୁଦୀପଙ୍କ ମାକ୍ସ କମ୍ପାନୀରୁ ନକଲି ଔଷଧ କଟକକୁ ଆସିଥିଲା। ତେଣୁ ପୋଲିସ ସୁଦୀପଙ୍କଠାରୁ ଓଡ଼ିଶାରେ ଏହି ନକଲି ଔଷଧ କାରବାରର ଚେର ଖୋଜିବା ସହ ଲିଙ୍କ୍ରେ ଥିବା ସମସ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଆଶା ରଖିଛି।
ସୂଚନା ଯୋଗ୍ୟ, ଗତ ୧୧ ତାରିଖରେ କଟକ କନିକା ଛକ ନିକଟରେ ଥିବା ଶିବ ପ୍ରସନ୍ନ ଜେନାଙ୍କ ଔଷଧ ଗୋଦାମରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ‘ଫାଭିପିରାଭିର’ ଓ ଅନ୍ୟ କିଛି ଔଷଧ ଜବତ କରାଯାଇଥିଲା। ମାକ୍ସ ରିଲିଫ ହେଲ୍ଥ କେୟାର ସଂସ୍ଥାରୁ ଏହି ଔଷଧ ଉକ୍ତ ଗୋଦାମକୁ ଆସୁଥଲା। ଏଠାରୁ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ଓ ଔଷଧ ଦୋକାନଗୁଡ଼ିକୁ ପଠାଯାଉଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଡ୍ରଗ୍ସ କଣ୍ଟ୍ରୋଲ ସ୍କ୍ବାଡ୍ ରାଉରକେଲା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ବାଲେଶ୍ୱରର ବିଭିନ୍ନ ମେଡିସିନ ଷ୍ଟୋର ଓ ଗୋଦାମରେ ଚଢାଉ କରି ବିପୁଳ ନକଲି ଔଷଧ ଜବତ କରିଥିଲା। ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମ୍ବ୍ରାଞ୍ଚକୁ ଦେଇଥିଲେ। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି ତଦନ୍ତକୁ ଜୋର୍ଦାର କରିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...
ମରୁଡ଼ି ହଟାଇପାରିନି ମାନଜୋର
ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...
କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...
ଭାକ୍ସିନ୍ର ୨ ଡୋଜ୍ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…
ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...


