ଭୁବନେଶ୍ୱର,୧୯।୬: ବିଏମ୍ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି, ଭୋଇସାହି ଓ ଶବରସାହିର ଶତାଧିକ ଗ୍ରାମବାସୀ ତୀବ୍ର ବିରୋଧ କରିବାରୁ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ସେଠାରେ ଉତ୍ତେଜନା ପ୍ରକାଶ ପାଇବାରୁ ସ୍ଥାନୀୟ ପୋଲିସ ପ୍ରଶାସନ ସପକ୍ଷରେ କହିବାରୁ ସ୍ଥିତି ଆହୁରି ବିଗିଡି ଯାଇଥିଲା। ଉକ୍ତ ଜମିକୁ ସ୍ଥାନୀୟ ଅଞ୍ଚଳର ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଓ ପିଲା ବିଭିନ୍ନ କାର୍ଯ୍ୟରେ ବ୍ୟବହାର କରୁଛନ୍ତି। ହେଲେ କଳିଙ୍ଗ ଷ୍ଟାଡିୟମକୁ କେବେ ଆଉ କିପରି ଏହି ଜମି ହସ୍ତାନ୍ତର କରାଯାଇଛି ତାହାର କାଗଜପତ୍ର ଦେଖାଇବାକୁ ଗ୍ରାମବାସୀ ଜିଦ୍ କରିଥିଲେ। ସେମାନେ କହିଥିଲେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ୧୯୭୮ରେ ଶ୍ମଶାନ ଓ ଖେଳ ପଡ଼ିଆ ଭାବେ ବ୍ୟବହାର କରିବାକୁ ଗ୍ରାମବାସୀଙ୍କୁ ଦେଇଥିଲେ। କଳିଙ୍ଗ ଷ୍ଟାଡିୟମକୁ ପ୍ରାତଃ ଭ୍ରମଣରେ ଯିବାକୁ ବାରଣ କରାଯିବା ପରେ ସ୍ଥାନୀୟ ବାସିନ୍ଦା ଉକ୍ତ ପଡ଼ିଆ ଉପରେ ନିର୍ଭର କରୁଛନ୍ତି। ଆଦିବାସୀ ପିଲାମାନେ ପ୍ରତିଦିନ ଫୁଟବଲ ଓ ବିଭିନ୍ନ ଖେଳ ଖେଳୁଛନ୍ତି। ଉକ୍ତ ଜମିକୁ କାହାକୁ ହସ୍ତାନ୍ତର ନ କରିବାକୁ ଗ୍ରାମବାସୀ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଜରିଆରେ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏଥିସହ ସାମାଜିକ କର୍ମୀ ଅର୍ଜୁନ ବେହେରା, ମନୋରଞ୍ଜନ ମହାନ୍ତି, କୃଷ୍ଣଚନ୍ଦ୍ର ପୃଷ୍ଟି, ପ୍ରଦୀପ କୁମାର ଦାସ, ସଂଯୁକ୍ତା ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ଟିମ୍ ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ଓ ଭୁବନେଶ୍ୱର ଡିସିପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...
ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...
‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର...
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...


