ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- କିମ୍ସ ପ୍ରଫେସର ଡକ୍ଟର ସୁଦୀପ ଶତପଥୀ (ଫିଜିଓଲୋଜି ଆଣ୍ଡ ସ୍ପୋଟର୍ସ ମେଡିସିନ୍) ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳର ଡାକ୍ତର ଭାବେ ନିଯୁକ୍ତ ହୋଇଛନ୍ତି। ଗତ ଏପ୍ରିଲ ୧ରୁ ୧୫ ପର୍ଯ୍ୟନ୍ତ ଆର୍ଜେଣ୍ଟିନାର ବୁଏନ୍ସ ଆରିଜଠାରେ ଭାରତୀୟ ଦଳର ଟ୍ରେନିଂ ଏବଂ ମ୍ୟାଚ ଖେଳିବା ଅବସରରେ ମଧ୍ୟ ସୁଦୀପ ଟିମ୍ ଡାକ୍ତର ଭାବେ କାର୍ଯ୍ୟ କରିଥିଲେ। ପୂର୍ବରୁ ସେ ଏଏଫ୍ସି ଚାମ୍ପିୟନ୍ସ ଲିଗ୍-ଓ୍ବେଷ୍ଟ ୨୦୨୦ରେ ମେଡିକାଲ ପ୍ରତିନିଧି ଦଳର ଡୋପିଂ କଣ୍ଟ୍ରୋଲ ଅଫିସର, ରିଓ ଅଲିମ୍ପିକ୍ସ ଏବଂ ପ୍ରିମିୟର ବ୍ୟାଡ୍ମିଣ୍ଟନ ଲିଗ୍ ଅବସରରେ ମଧ୍ୟ ସେ ସ୍ପୋଟର୍ସ ମେଡିସିନ ଡାକ୍ତର ଭାବେ କାର୍ଯ୍ୟ ତୁଲାଇଥିଲେ। ସୁଦୀପ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି)ରେ ସ୍ପୋଟର୍ସ ମେଡିସିନ୍ରେ ଡିପ୍ଲୋମା କରିଛନ୍ତି। ୨୦୧୫ ଇଣ୍ଡିଆନ ସୁପରଲିଗ୍ରେ ସେ ସଚିନ ତେନ୍ଦୁଲକରଙ୍କ ମାଲିକାନାରେ ଥିବା କେରଳ ବ୍ଲାଷ୍ଟର୍ସ ଦଳର ଟିମ୍ ଡାକ୍ତର ମଧ୍ୟ ଥିଲେ। ଅଲିମ୍ପିକ୍ସ ପାଇଁ ଏପରି ଏକ ଗୁରୁଦାୟିତ୍ୱ ପାଇଥିବାରୁ ସୁଦୀପଙ୍କୁ କିଟ୍ ଓ କିସ୍ ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ପ୍ରଥମ ଡାକ୍ତର ଭାବେ ସେ ଏହି ସୁଯୋଗ ପାଇଛନ୍ତି। କିଟ୍ ଓ କିସ୍ ପରିବାର ପକ୍ଷରୁ ମଧ୍ୟ ତାଙ୍କୁ ଶୁଭକାମନା ଜଣାଯାଇଛି। ଡାକ୍ତର ଶତପଥୀ ମଧ୍ୟ ସମସ୍ତ ପ୍ରକାର ସମର୍ଥନ ଯୋଗାଇ ଦେଇଥିବାରୁ ଅଚ୍ୟୁତଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ
ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ।...
ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...
୧୧ ବଲ୍ରେ ୫ ଉଇକେଟ୍ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍ କରାଇଥିଲେ ଏହି କ୍ରିକେଟର୍
କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍...
ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍ ଖେଳାଳି ଝାଙ୍ଗ୍ ଝିଝେନ୍
ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍ ଝିଝେନ୍ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...
ଫେଲ୍ ମାରିଲା ତାରକା ଖଚିତ ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍
ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍ ମାରିଛି ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ୍ଅଫ୍। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି,...
ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ
ଲଣ୍ଡନ,୧୦।୬(ପି.ଟି.): ଭାରତୀୟଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରି ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ଏବେ ହରଡ଼ଘଣାରେ...
ଅଲିମ୍ପିକ୍ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା
ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ।...
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍...


