ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍ ବାତିଲ କରାଯାଇଛି। ସେଗୁଡ଼ିକ ମଧ୍ୟରୁ ପୁରୀକୁ ଆସୁଥିବା ୨୬ଟି ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧାରୋଡ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧାରୋଡରୁ ଯାତ୍ରା ଆରମ୍ଭ କରିବ। ଉଭୟ ଦିଗରୁ ଖୋର୍ଦ୍ଧାରୋଡ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ। ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ସେହିପରି ୫ଟି ସାପ୍ତାହିକ ବିଶେଷ ଟ୍ରେନ୍ ନିର୍ଦ୍ଦିଷ୍ଟ ଦିନଗୁଡ଼କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ୍ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ଏଗୁଡ଼ିକ ମଧ୍ୟରେ ୫ଟି ଦୈନନ୍ଦିନ ଚଳାଚଳ କରୁଥିବା ଟ୍ରେନ୍ ରହିଥିବାବେଳେ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରିଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ୍ ମଧ୍ୟ ଅନ୍ତର୍ଭୁକ୍ତ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି
ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି...
ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି
ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍ଫୁସ୍ ଓ ବୃକକ୍ରେ...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...
ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା
ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...
ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍ ଆକ୍ରାନ୍ତଙ୍କ ଲକ୍ଷଣ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...


