ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ ଚିଠି ବୋମା ବୋଲି କୁହାଯାଉଛି। ପ୍ରତାପ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଏନସିପି ଏବଂ କଂଗ୍ରେସ ନିଜ ଦଳର ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି। କଂଗ୍ରେସ ଏକାକୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଛି ଏବଂ ଏନସିପି ଶିବସେନାର ନେତାମାନଙ୍କୁ ଭାଙ୍ଗୁଛି। ଏହି ପରିସ୍ଥିତିକୁ ଦେଖିଲେ ଲାଗୁଛି ଏନସିପିକୁ କେନ୍ଦ୍ରରୁ ପରୋକ୍ଷ ସମର୍ଥନ ମିଳିଛି ବୋଲି ପ୍ରତାପ କହିଛନ୍ତି। ପ୍ରତାପ ଆହୁରି ମଧ୍ୟ ଚିଠିରେ ଲେଖିଛନ୍ତି ଯେ, ସେ ଉଦ୍ଧବ ଠାକରେ ଏବଂ ତାଙ୍କ ନେତୃତ୍ୱରେ ବିଶ୍ୱାସ କରନ୍ତି, କିନ୍ତୁ କଂଗ୍ରେସ ଏବଂ ଏନସିପି ଆମ ଦଳକୁ ଦୁର୍ବଳ କରିବାକୁ ଚେଷ୍ଟା କରୁଛନ୍ତି। ଯଦି ଆପଣ (ମୁଖ୍ୟମନ୍ତ୍ରୀ) ପ୍ରଧାନମନ୍ତ୍ରୀଙ୍କ ନିକଟତର ହୁଅନ୍ତି ତେବେ ଏହା ଭଲ ହେବ ବୋଲି ମୋର ବିଶ୍ୱାସ। ଯଦି ଆମେ ଆଉ ଥରେ ଏକାଠି ହେବା ତେବେ ଏହା ଦଳ ଏବଂ ଶ୍ରମିକମାନଙ୍କ ପାଇଁ ବହୁତ ଲାଭଦାୟକ ହେବ ବୋଲି ପ୍ରତାପ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି।
ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…
ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି...
୫ ବର୍ଷରୁ କମ୍ ବୟସ୍କ ଛୋଟପିଲା ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...
ମୋଦିଙ୍କ କ୍ୟାବିନେଟ୍ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି।...
ମୋଦିଙ୍କୁ ମମତାଙ୍କ ଚିଠି
କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...
୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…
ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...
ଦେଶର ସମସ୍ତଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ...


