ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୨୩ ରେ ସମାନ ସ୍ଥିିତି ଥିଲା। ଏହା ୪୭ ହଜାର ୨୬୨ ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୨୫୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୪୨୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୭୮ ହଜାର ୧୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ ଲକ୍ଷ ୨ ହଜାର ୮୮୭ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୩୬ ହଜାର ୮୯୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୨୪ ଲକ୍ଷ ୭ ହଜାର ୭୮୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...
ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା
ନୂଆଦିଲ୍ଲୀ,୨ା୬: କୋଭିଡ୍-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...
ଛାତ୍ରଙ୍କ ସହ ଫେରାର୍ ହେଲେ ଟ୍ୟୁସନ୍ ଦିଦି
ପାନିପତ୍,୧।୬: ହରିୟାଣାର ପାନିପତ୍ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍...
୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା
ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ...
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍ କର
ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...


