ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡର ମୁଦାସିର୍ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ ଆତଙ୍କବାଦୀ ରହିଛନ୍ତି। ସ୍ଥାନୀୟ ତନ୍ତ୍ରପୋରାର ବ୍ରାଥ୍ ଗାଁରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ସେମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମର କରାଯାଇଥିବା କଶ୍ମୀର ଜୋନ୍ ପୋଲିସ୍ ଆଇଜି ବିଜୟ କୁମାର ସୂଚନା ଦେଇଛନ୍ତି। ମୃତ ମୁଦାସିର୍ ୩ ଜଣ ପୋଲିସ, ୨ ଜଣ କାଉନସିଲର୍, ୨ ଜଣ ସାଧାରଣ ଲୋକଙ୍କୁ ହତ୍ୟା କରିବା ସହିତ ବହୁ ଆତଙ୍କବାଦୀ କାର୍ଯ୍ୟ କଳାପରେ ଜଡ଼ିତ ଥିବା ସେ କହିଛନ୍ତି। ଆତଙ୍କବାଦ ବିରୋଧୀ ଅପରେଶନ୍ରେ ଭାରତୀୟ ସେନା, ପୋଲିସ ଏବଂ ସିଆର୍ପିଏଫ୍ ଯବାନମାନେ ମିଳିତ ଭାବେ ଅଂଶଗ୍ରହଣ କରିଥିଲେ ବୋଲି ଆଇଜି ପ୍ରକାଶ କରିଛନ୍ତି।
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଲକ୍ଷ୍ନୌ,୨୬ା୬: ଝିଅଟିକୁ ବିବାହ କରାଇବା ଯେ, କେତେ କଷ୍ଟକର ତାହା ଜଣେ ପିତା ହିଁ ବେଶ୍ ଭଲ ଭାବେ ଜାଣିଥାନ୍ତି। ଝିଅ ବିବାହ କିପରି ଭଲରେ...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି...
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...


