ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ଦଳ ୬୮ ରନ ପାଇଁ ଶେଷ ୭ ଉଇକେଟ ହରାଇଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ତୃତୀୟ ଦିନ ଖେଳ ଶେଷ ହେବା ବେଳକୁ ୨ ଉଇକେଟ୍ ହରାଇ ୧୦୧ ରନ ସଂଗ୍ରହ କରିଥିଲା। ଡିଭନ କନୱେ ୫୪ ଏବଂ ଟମ ଲାଥାମ ୩୦ ରନରେ ଆଉଟ୍ ହୋଇଛନ୍ତି।
ନ୍ୟୁଜିଲାଣ୍ଡ ଇନିଂସର ୨୮ ଓଭରର ତୃତୀୟ ବଲରେ ଇଶାନ୍ତ ଶର୍ମା ଡିଭନ କନୱେଙ୍କ ବିରୋଧରେ ଦୃଢ ଏଲବିଡବ୍ଲୁ ଆବେଦନ କରିଥିଲେ। କିନ୍ତୁ ଅମ୍ପାୟାର ବ୍ୟାଟ୍ସମ୍ୟାନଙ୍କୁ ଆଉଟ ଦେଇ ନ ଥିଲେ। ତେବେ ରିପ୍ଲାଏରେ ଏହା ସ୍ପଷ୍ଟ ହୋଇଥିଲା ଯେ ବଲ୍ ବ୍ୟାଟରେ ନ ବାଜି ରିଷଭ ପନ୍ତଙ୍କ ହାତକୁ ଯାଇଥିଲା। ଏହା ପରେ ମଧ୍ୟ ଇଶାନ୍ତ ଅମ୍ପାୟାରଙ୍କୁ ଅପିଲ୍ କରିଥିଲେ। ଏହା ଉପରେ ବିରାଟ କୋହଲି କହିଥିଲେ ଯେ ଆପଣ ଅମ୍ପାୟାରଙ୍କୁ ପଚାରୁଛ ନା ଗାଳି କରୁଛ। ଭାରତୀୟ ଦଳ ଏହି ମ୍ୟାଚ୍ରେ ତିନି ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା, ମହମ୍ମଦ ଶାମି ଏବଂ ଇଶାନ୍ତଙ୍କ ଏହି ମ୍ୟାଚରେ ଅବତରଣ କରିଛି। ଆର ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜା ସ୍ପିନର ଭାବରେ ଖେଳୁଛନ୍ତି।
ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ
ବୁଦାପେଷ୍ଟ,୨୧।୬: ୟୁରୋକପ୍ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...
ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍
ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...
ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍ ଖେଳାଳି ଝାଙ୍ଗ୍ ଝିଝେନ୍
ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍ ଝିଝେନ୍ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...
ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...
୧୧୨ ବଲ୍ ଖେଳି କରିଥିଲେ ୧୯ ରନ୍; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ଫାଇନାଲ୍ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍ର ପୂର୍ବ ଓପନର ବିରେନ୍ଦ୍ର...
କୋପା ଆମେରିକା ଫୁଟ୍ବଲ: ନକ୍ଆଉଟରେ ଆର୍ଜେଣ୍ଟିନା
ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...
ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ
କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ...
ଦିନେ ରାସ୍ତାରେ ଭୋକିଲା ବୁଲୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
କେନିଆର ପୂର୍ବତନ ଅଧିନାୟକ ମରିସ ଓଡୁମ୍ବେ ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। କେନିଆର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଓଡୁମ୍ବେ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ୧୯୯୬...


