କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ ମୁକୁଲ ରୟଙ୍କ ସମେତ ଟିଏମ୍ସିର ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗଙ୍ଗା ପ୍ରସାଦ ଦଳରେ ସାମିଲ ହୋଇଛନ୍ତି। ତାଙ୍କ ସହ ଜିଲାର ଅନେକ ନେତା ଟିଏମ୍ସିରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୫ରୁ ଗଙ୍ଗା ପ୍ରସାଦ ଜିଲାରେ ଭାଜପା ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ନିକଟରେ ବିଧାନସଭା ନିର୍ବାଚନରେ ଭାଜପା ଏହି ଜିଲାରେ ଭଲ ପ୍ରଦର୍ଶନ କରିବା ସହ ସମସ୍ତ ୫ଟି ଆସନରେ ବିଜୟୀ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ସେ ଦଳ ଛାଡ଼ିବା ଭାଜପା ପାଇଁ ଏକ ବଡ଼ ଝଟ୍କା। ଅନ୍ୟପଟେ ଟିଏମ୍ସିରେ ଯୋଗଦେଇ ଗଙ୍ଗା ପ୍ରସାଦ କହିଛନ୍ତି, ଜିଲାର କୌଣସି ନିଷ୍ପତ୍ତିରେ ଦଳର ନେତୃତ୍ୱ ଏକତରଫା ନିଷ୍ପତ୍ତି ନେଇଥାନ୍ତି। ମାସେ ପୂର୍ବରୁ ସେ ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ନିର୍ବାଚନ ଯୋଗୁ ଏହା ସମ୍ଭବ ହୋଇପାରି ନ ଥିଲା।
ବ୍ଲାକ୍ ଫଙ୍ଗସ୍ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍ ହାର ୧ପ୍ରତିଶତରୁ କମ୍...
ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...
୫ ବର୍ଷରୁ କମ୍ ବୟସ୍କ ଛୋଟପିଲା ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ...
ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି
ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...
ଅକାଳୀ ଦଳ-ବିଏସ୍ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ
ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...


