ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ସୋମବାର ପୁରୀ ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ବଡ଼ଦାଣ୍ଡ ମାର୍କେଟ ଛକଠାରୁ କାକୁଡ଼ିଖାଇ ଛକ, ମରିଚିକୋଟ ଛକରୁ ଲବଣିଖିଆ ଛକ, ଜେନାରୀଗଛ ଛକ ଦେଇ ଲବଣିଖିଆ ଛକଠାରୁ ଦୋଳମଣ୍ଡପ ସାହି ପର୍ଯ୍ୟନ୍ତ ୧୪୪ ଧାରା ହୋଇଛି। ସେଠାରୁ ଭୋଗଯାଗା ଓ ଖୁଣ୍ଟିଆ ସାହି ଛକ ଦେଇ ଜହ୍ନିମୁଣ୍ଡିଆ ଛକଠାରୁ ବାଲିସାହି, ବାଲିସାହି କଦମ୍ବଗଡ଼ ଛକ ଦେଇ ଖୁଣ୍ଟିଆ ସାହି ଛକଠାରୁ ସୁଦର୍ଶନ ଗେଷ୍ଟ ହାଉସ, ବରାହୀ ଓ ପଞ୍ଚୁଆତି ଛକ ଦେଇ ସୁଦର୍ଶନ ଗେଷ୍ଟ ହାଉସ୍ ଛକଠାରୁ ହରଚଣ୍ଡୀ ସାହି ମାଛହାଟ ଛକ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହୋଇଛି। ସେଠାରୁ ଶୀତଳ ପିଣ୍ଡା ଓ ବାରବାଟୀ ଯାଗା ଦେଇ ମାଛହାଟ ଛକଠାରୁ ଲୋକନାଥ ରୋଡ୍ ବୃଷଭ ଛକ, ବୃଷଭ ଛକଠାରୁ ଛପନ ଛକ, ମଙ୍ଗଳାଘାଟ ମାଳିକା ଛକ, ବାଲିସ୍କୁଲ୍ ମିଶ୍ର ସାହି ଓ ସାତବଖରା ଜାଗା ଦେଇ ପାଣ୍ଡ ଯାଗା, ଚୁଡ଼ଙ୍ଗ ସାହି, ବାନାମ୍ବର ଛକ, ଶନି ମନ୍ଦିର ଓ ଇଣ୍ଡିଆନ୍ ବ୍ୟାଙ୍କ ଛକ ଦେଇ ମରିଚିକୋଟ ଛକ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି।
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
କୋଭିଡ୍ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍ଏସ୍
ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...
ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍। ଏଭଳି ଏକ...
ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...


