ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ ୨୨ ମାର୍ଚ୍ଚରେ ଦୈନିକ ସଂକ୍ରମଣ ସଂଖ୍ୟା ୪୦,୭୧୫ ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୪୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୧୬୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୧ ହଜାର ୪୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୬ ଲକ୍ଷ ୬୨ ହଜାର ୫୨୧ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୮୭ ଲକ୍ଷ ୬୬ ହଜାର ୨୦୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୪୦ ଲକ୍ଷ ୭୨ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍ କଲେ ପ୍ରିୟଙ୍କା…
ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା...
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...
ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍...
ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା
ନୂଆଦିଲ୍ଲୀ, ୨ା୬: କୋଭିଡ୍ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...
୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...
ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...


