ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍ସିଂହପୁର, କଟକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
୨୩ରୁ ପୁରୀରେ ୧୪୪
ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...
ଘରେ ରହି ରଜ ପାଳନ କରନ୍ତୁ: ଏଡିଜି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...
ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...


