ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି। ସେମାନେ ହେଲେ ହରମନପ୍ରୀତ ସିଂ ଏବଂ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା। ଟୋକିଓ ପାଇଁ ଗତ ସପ୍ତାହରେ ୧୬ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଥିଲେ ହେଁ ଅଧିନାୟକ ଓ ଉପଅଧିନାୟକଙ୍କ ନାମ ଘୋଷଣା ହୋଇ ନ ଥିଲା। ପ୍ରକାଶଯୋଗ୍ୟ ଯେ ଓଡ଼ିଶାର ଦୀପ୍ ଗ୍ରେସ୍ ଏକ୍କାଙ୍କୁ ଭାରତୀୟ ମହିଳା ହକି ଦଳର ଉପଅଧିନାୟିକା ମନୋନୟନ କରାଯିବାର ଗୋଟିଏ ଦିନ ପରେ ବୀରେନ୍ଦ୍ରଙ୍କୁ ପୁରୁଷ ଦଳର ଡେପୁଟି ଦାୟିତ୍ୱ ଦିଆଯାଇଛି।
”ତୃତୀୟ ଥର ପାଇଁ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଉଥିବାରୁ ମୁଁ ବହୁତ ଖୁସି। ଏଥର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଏପରି ଦାୟିତ୍ୱ ତୁଲାଇବା ମୋ ପାଇଁ ଗର୍ବର ବିଷୟ“ ବୋଲି ମନପ୍ରୀତ ପ୍ରକାଶ କରିଛନ୍ତି। ମିଡ୍ ଫିଲ୍ଡର ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ଦଳ ପୂର୍ବରୁ ଅନେକ ମାଇଲଖୁଣ୍ଟ ସ୍ପର୍ଶ କରିଛି। ୨୦୧୭ରେ ଏସିଆ କପ୍ ଚାମ୍ପିୟନ ହେବା ସହ ୨୦୧୮ରେ ଏସିଆନ ଚାମ୍ପିୟନ୍ସ ଟ୍ରଫି ବିଜୟୀ ହୋଇଥିଲା। ସେହିପରି ଦଳ ୨୦୧୯ରେ ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସରେ ମଧ୍ୟ ଟାଇଟଲ ହାସଲ କରିଥିଲା। ମନପ୍ରୀତଙ୍କ ନେତୃତ୍ୱରେ ଭାରତ ୨୦୧୮ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ଏଫ୍ଆଇଏଚ୍ ହକି ପ୍ରୋ ଲିଗ୍ରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଅଧିନାୟକ ଦାୟିତ୍ୱକୁ ସଫଳତାର ସହ ସମ୍ପନ୍ନ କରି ସେ ଭାରତକୁ ବିଶ୍ୱ ର଼୍ୟାଙ୍କିଙ୍ଗ୍ର ୪ ନମ୍ବର ସ୍ଥାନରେ ରଖିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।
”ଗତ କିଛି ବର୍ଷ ଧରି ଏହି ତିନି ଖେଳାଳି ଦଳୀୟ ନେତୃତ୍ୱ ନେବାର ଅଂଶବିଶେଷ ରହି ଆସିଛନ୍ତି। ଚ୍ୟାଲେଞ୍ଜିଂ ସମୟରେ ଏମାନେ ଅଭିଜ୍ଞତାର ଉପଯୋଗ କରି ଯୁବ ଖେଳାଳିଙ୍କୁ ଠିକ୍ଭାବେ ଗାଇଡ୍ କରି ଆସିଛନ୍ତି। ଆଗାମୀ ଟୁର୍ନାମେଣ୍ଟର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆମେ ନେତୃତ୍ୱକୁ ଦୃଢ଼ କରିଛୁ। ଫଳରେ ୨ ଜଣଙ୍କୁ ଉପଅଧିନାୟକ ଦାୟିତ୍ୱ ଦେଇଛୁ। ଏମାନେ ଦଳକୁ ସଫଳତା ଦିଗରେ ନେବାନେଇ ଆମେ ଦୃଢ଼ ଆଶା ରଖିଛୁ“ ବୋଲି ମୁଖ୍ୟ କୋଚ୍ ଗ୍ରାହାମ ରିଡ୍ କହିଛନ୍ତି। ଭେଟେରାନ ଡିଫେଣ୍ଡର ବୀରେନ୍ଦ୍ର ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳର ସଦସ୍ୟ ଥିଲେ। କିନ୍ତୁ ଆଣ୍ଠୁରେ ଅସ୍ତ୍ରୋପଚାର ଯୋଗୁ ୨୦୧୬ ରିଓ ଅଲିମ୍ପିକ୍ସ ଖେଳିପାରି ନ ଥିଲେ। ମାତ୍ର ଦଳକୁ ପ୍ରତ୍ୟାବର୍ତ୍ତନ ପରେ ତାଙ୍କ ପ୍ରଦର୍ଶନରେ ଅନେକ ଉନ୍ନତି ଘଟିଛି ଏବଂ ଦଳରେ ନିଜ ଭୂମିକାକୁ ଠିକ୍ଭାବେ ତୁଲାଇଛନ୍ତି। ସେହିପରି ହରମନପ୍ରୀତ ମଧ୍ୟ ୨୦୧୫ରୁ ସିନିୟର ପଦାର୍ପଣ କରିବା ପରେ ନିଜ ଡିଫେଣ୍ଡର ଏବଂ ଡ୍ରାଗ୍ଫ୍ଲିକର ଦାୟିତ୍ୱକୁ ସୁଚାରୁରୂପେ ସମ୍ପାଦନ କରିଛନ୍ତି। ୨୦୧୯ରେ ମନପ୍ରୀତଙ୍କ ଅନୁପସ୍ଥିତିରେ ସେ ଦଳର ନେତୃତ୍ୱ ନେଇ ଏଫ୍ଆଇଏଚ୍ ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟରେ ଭାରତକୁ ଚାମ୍ପିୟନ କରାଇଥିଲେ। ଟୋକିଓରେ ଭାରତୀୟ ଦଳ ଜୁଲାଇ ୨୪ରେ ନ୍ୟୁଜିଲାଣ୍ଡ ସହ ମ୍ୟାଚ ଖେଳି ଏହାର ଅଲିମ୍ପିକ୍ ଅଭିଯାନ ଆରମ୍ଭ କରିବ।
ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ
ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ
ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...
ୟୁରୋକପ୍ ଫୁଟ୍ବଲ: ବେଲ୍ଜିୟମର ହ୍ୟାଟ୍ରିକ ବିଜୟ
ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍ରେ ବେଲ୍ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍ ବି’ରେ ବେଲ୍ଜିୟମ ସବୁ ୩ଟି ଯାକ ମ୍ୟାଚ୍ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ...
ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ
ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା...
ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା
ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...
ଟିମ୍ ଇଣ୍ଡିଆର ୩ ବ୍ୟାଟ୍ସ୍ମ୍ୟାନ୍ ଆଇସିସିର ଟପ୍ ୧୦ରେ…
ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍ରେ ଭାରତ ନ୍ୟୁଜିଲାଣ୍ଡ୍ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍ ର଼୍ୟାଙ୍କିଙ୍ଗ୍...
ଇତିହାସ ରଚିଲେ ଏହି କ୍ରିକେଟର୍: ୬୧ ବର୍ଷ ପରେ କଲେ ଏମିତି କାରନାମା
ସେଣ୍ଟ ଲୁସିଆ,୨୨।୬: ସେଣ୍ଟ ଲୁସିଆରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାମହାତୀ ସ୍ପିନର କେଶବ ମହାରାଜ ଇତିହାସ...
କୌଣସି ଚଳଚ୍ଚିତ୍ରଠାରୁ କମ୍ ନୁହେଁ ଏହି କ୍ରିକେଟର୍ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ
ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...
କୋଭିଡ୍ ନିୟମ ଭାଙ୍ଗିବାରୁ ବାଦ୍ ପଡ଼ିଲେ ଜାତୀୟ ଦଳରୁ
ଆବୁଧାବି,୨୪।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ର ବାୟୋ ବବଲ ପ୍ରୋଟୋକଲ ଭାଙ୍ଗି ବାହାର ଲୋକଙ୍କୁ ଭେଟିଥିବା ଏବଂ ସାଧାରଣ ଦୂରତା ନିୟମ ମାନି ନ...


