ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ ଧାନ କିଣାଯାଉ ନାହିଁ। ଏହାକୁ ନେଇ ଅସନ୍ତୋଷ ବଢ଼ିଚାଲି ଥିବାବେଳେ ଆନ୍ଦୋଳନ ମଧ୍ୟ ତେଜି ଉଠିଛି। ଏହି କ୍ରମରେ ବୁଧବାର ବରଗଡ଼ ଜିଲା ଓକିଲ ସଂଘ ଆନ୍ଦୋଳନକୁ ଓହ୍ଲାଇଛି । ଓକିଲ ସଂଘର କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଜିଲା ଯୋଗାଣ କାର୍ଯ୍ୟାଳୟରେ ପହଞ୍ଚି ଧାନ କିଣାବିକା ସମସ୍ୟାର ପ୍ରତିବାଦ କରିଥିଲେ। ଏହା ସହିତ ଜିଲା ଯୋଗାଣ କାର୍ଯ୍ୟାଳୟ ଭିତରେ ରହିଥିବା ମୁଖ୍ୟ ଜିଲା ଯୋଗାଣ ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ବାହାରକୁ ଚାଲି ଆସିବାକୁ କହିଥିଲେ। ମୁଖ୍ୟ ଜିଲା ଯୋଗାଣଣ ଅଧିକାରୀ ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ ବାହାରକୁ ବାହାରି ଆସିଥିଲେ। ପରେ ଓକିଲ ସଂଘର କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ରଜନୀକାନ୍ତ ଦାଶ ଏବଂ ଅନ୍ୟ କର୍ମଚାରୀମାନେ ନିଜ ଚ୍ୟାମ୍ବର ପରିବର୍ତ୍ତେ ବାହାରେ ଛିଡା ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବରଗଡ଼ ଟାଉନ ଥାନା ପୋଲିସ ମଧ୍ୟ ଜିଲା ଯୋଗାଣ କାର୍ଯ୍ୟାଳୟକୁ ପହଞ୍ଚିଛି।
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ...
ସୁସ୍ଥ ହୋଇ କାମ କଲେଣି ଡେଲ୍ଟା ପ୍ଲସ୍ ସଂକ୍ରମିତ
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ...
ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି
କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି।...
ଜେଆଇପିଟିଏଲ୍ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ
କଣିହାଁ,୭ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍ (ଜେଆଇଟିପିଏଲ୍) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...
ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...
ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର
ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର...


