ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ ଏବେ ବୈଜ୍ଞାନିକ ଏଭଳି ଭାକ୍ସିନ ତିଆରି କରୁଛନ୍ତି, ଯାହା ସମସ୍ତ ଭାରିଆଣ୍ଟ ଉପରେ ପ୍ରଭାବଶାଳୀ ହେବ। ଏଥିସହ ଭବିଷ୍ୟତରେ ଏଭଳି ମହାମାରୀକୁ ରୋକିବାରେ ମଧ୍ୟ ସାହାଯ୍ୟ କରିବ। ସୁଚନା ମୁତାବକ ବୈଜ୍ଞାନିକମାନେ ଏକ ଏଭଳି ଭାକ୍ସିନ ତିଆରି କରିଛନ୍ତି, ଯାହା କୋଭିଡ-୧୯ ବ୍ୟତୀତ କରୋନା ଭାଇରସ୍ର ଅନ୍ୟ ସମସ୍ତ ଭାରିଆଣ୍ଟର ଉପରେ ପ୍ରଭାବଶାଳୀ ହେବ। ବର୍ତ୍ତମାନ ବୈଜ୍ଞାନିକମାନେ ଏହି ଭାକ୍ସିନକୁ ମୂଷା ଉପରେ ଟ୍ରାଏଲ୍ କରିଛନ୍ତି। ଆସନ୍ତା ବର୍ଷ ଏହା ମନୁଷ୍ୟ ଉପରେ ଟ୍ରାଏଲ୍ କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ନର୍ଥ କାରୋଲିନା ୟୁନିଭର୍ସିଟିର ବୈଜ୍ଞାନିକମାନେ ଏବେଠାରୁ ଏହି ଭାକ୍ସିନ ଉପରେ ଗବେଷଣା କରିବା ଆରମ୍ଭ କରିଦେଇଛନ୍ତି। କାରଣ ପରବର୍ତ୍ତୀ ସମୟରେ କେଉଁ ଭାଇରସ୍ କେଉଁ ମହାମାରୀକୁ ଉତ୍ପନ୍ନ କରିବ ସେନେଇ କାହାକୁ ଜଣାନାହିଁ। ତେଣୁ ଏବେଠାରୁ ଆଗୁଆ ପ୍ରସ୍ତୁତି କରିବା ଉଚିତ୍ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଯଦି ସବୁ ଠିକ୍ଠାକ ରହେ ତେବେ ଏହି ସୁପର ଭାକ୍ସିନ କରୋନାର ତୃତୀୟ ମହାମାରୀ ପୂର୍ବରୁ ଦୁନିଆକୁ ଆସିଯିବ ବୋଲି ବୈଜ୍ଞାନିକଙ୍କ ଏକ ଟିମ୍ ସୂଚନା ଦେଇଛନ୍ତି। ।
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ...
ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ
ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...
ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…
ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ...
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ...
ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...


