ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫ କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଯାହାକୁ ପଞ୍ଜାବର ଲୋକମାନେ କଶ୍ମୀରରୁ ମୁମ୍ବାଇକୁ ବାଇକ ଯୋଗେ ଆଣୁଥିଲେ। ଏହି ମାମଲାର ଅଧିକ ଖୋଳତାଡ କରାଯିିବା ପରେ ଏହା ପଛରେ ଅଣ୍ଡରୱାର୍ଲଡର ହାତ ଥିବା ନେଇ ଜାଣିବାକୁ ପାଇଥିଲା ଏନ୍ସିବି। ତେବେ ତଦନ୍ତ ସମୟରେ ଆତଙ୍କବାଦ ପାଣ୍ଠି ଓ ଡ୍ରଗ୍ସ ଚାଲାଣ ପାଇଁ ଅଣ୍ଡରୱାର୍ଲଡର କନେକ୍ସନ ସହ ଜଡିତ ଅନେକ ତଥ୍ୟ ମିଳିଥିଲା। ଏହାକୁ ଭିତ୍ତିକରି ଏନ୍ସିବି ମୁମ୍ବାଇର ଅନେକ ସ୍ଥାନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଅଣ୍ଡରୱାର୍ଲଡ ଡନ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକରକୁ ଏନ୍ସିବି ଗିରଫ କରିଛି। ଏନ୍ସିବି କାର୍ଯ୍ୟାଳୟକୁ ଇକ୍ବାଲଙ୍କୁ ଅଣାଯାଇ ପଚରାଉଚରା କରାଯିବ ବୋଲି ସୂଚନା ରହିଛି।
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...
‘ପାକ୍ ସହ ଆଲୋଚନା କରୁ କେନ୍ଦ୍ର’
ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...


