ସାଉଥାମ୍ପଟନ୍,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ବର୍ଷା ବାଧାପ୍ରାପ୍ତ ଡବ୍ଲୁଟିସି ଫାଇନାଲରେ ନ୍ୟୁଜିଲାଣ୍ଡ ଦଳ ଭାରତକୁ ୮ ଉଇକେଟରେ ପରାସ୍ତ କରି ଚାମ୍ପିଅନ ହୋଇଛି। ଟେଷ୍ଟ କ୍ରିକେଟ ଇତିହାସର ୧୪୪ ବର୍ଷ ମଧ୍ୟରେ ଏହା ପ୍ରଥମ ଥିଲା ଯେତେବେଳେ ଏହି ଚାମ୍ପିଅନସିପ ଆୟୋଜିତ ହୋଇଥିଲା।
ଆଇସିସି ଟ୍ରଫି ଜିତିବା ପରେ ୱିଲିୟମସନ କହିଛନ୍ତି ଯେ, ମୁଁ ବିରାଟ ଏବଂ ଭାରତୀୟ ଦଳକୁ କୃତଜ୍ଞତା ଜଣାଉଛି। ସେମାନେ ଏକ ଅବିଶ୍ୱସନୀୟ ଦଳ, ଆମେ ଜାଣିଥିଲୁ ଏହା କେତେ ଚ୍ୟାଲେଞ୍ଜ ହେବ। ମୁଁ ଖୁସି ଯେ ଆମ ଦଳ ଏହି ବିଜୟ ସକ୍ଷମ ହୋଇଛି। ଏହା ଏକ ବିଶେଷ ଅନୁଭବ। ଆମର କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଆମେ ଏକ ବିଶ୍ୱ ଟାଇଟଲ ଜିତିଛୁ। ଗତ ଦୁଇ ବର୍ଷ ମଧ୍ୟରେ ଆମ ଦଳ ସହିତ ଜଡିତ ପ୍ରତ୍ୟେକ ଖେଳାଳି ଏଥିରେ ଏକ ବଡ଼ ଭୂମିକା ଗ୍ରହଣ କରିଛନ୍ତି। ଏହା ଏକ ବିଶେଷ ସଫଳତା।
ଭାରତୀୟ ଦଳରୁ ବାଦ୍ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...
ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍ କରିବା ପାଇଁ ସୋନୁ ସୁଦ୍ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍ର ଫଶଇନାଲ୍ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...
ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...
ୟୁରୋକପ୍ ଫୁଟ୍ବଲ: ବେଲ୍ଜିୟମର ହ୍ୟାଟ୍ରିକ ବିଜୟ
ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍ରେ ବେଲ୍ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍ ବି’ରେ ବେଲ୍ଜିୟମ ସବୁ ୩ଟି ଯାକ ମ୍ୟାଚ୍ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ...
ଦ୍ୱିତୀୟ ସିଡ୍ଙ୍କୁ ହରାଇଲେ ବୋପାନ୍ନା-ଶରନ
ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍ ଲୁକାଜ...
ମିଲ୍ଖାଙ୍କ ଓଡ଼ିଶା ଲିଙ୍କ୍: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ
ଭୁବନେଶ୍ୱର,୨୦।୬: ମିଲ୍ଖାଙ୍କ ଓଡ଼ିଶା ଲିଙ୍ଗ୍ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍ରେ ଦୌଡ଼ି ଦୁଇଟି...
ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍
ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର...
ମାଳବିକା ଫାଇନାଲରେ
କନାସ୍(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆର୍ଏସ୍ଏଲ୍ ଲିଥୁଆନିଆନ୍ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...


