ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ ୭ପ୍ରତିଶତ ଅଧିକ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଏହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% ପର୍ଯ୍ୟନ୍ତ କମ୍ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୧୧ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ବୁଧବାର ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୨୪୭.୨ ମିମି ଏବଂ ଗଞ୍ଜାମ ଜିଲାରେ ସର୍ବନିମ୍ନ ୭୪.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୨୨୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ଦେଶର ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ଅପରାହ୍ନ ବୁଲେଟିନ୍ରେ ପାଣିପାଗ ବିଭାଗ ସୂଚନାନୁସାରେ, ମାର୍ଶାଘାଇ ପରେ କଟକର କଣ୍ଟପଡ଼ାରେ ୧୯୦, ବାଲେଶ୍ୱରର ଭୋଗରାଇରେ ୧୩୦.୨, ଜଗତ୍ସିଂହପୁରର କୁଜଙ୍ଗରେ ୧୨୫, ବାଲେଶ୍ୱରର ଜଳେଶ୍ୱର ଓ ଖୋର୍ଦ୍ଧାର ବାଲିପାଟଣାରେ ୧୧୮, ଭୁବନେଶ୍ୱରରେ ୧୧୩.୨ମିମି ବର୍ଷା ରେକର୍ଡ କରାଯାଇଛି। ବୁଧବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଗୁରୁବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ବିନା ସ୍ଲଟ୍ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍ରେ ଦିଆଯିବ ଦିତୀୟ ଡୋଜ୍ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା...
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...
ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି
ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...
ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା
ପୁରୀ ଅଫିସ, ୮।୬: ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...
କଟକରୁ ଲମ୍ବିଛି ନକଲି ଔଷଧର ଚେର
ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ...
ଉତ୍କଳିକାର ୱେବ୍ସାଇଟ୍ ଲୋକାର୍ପିତ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ...


