ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ ଇସ୍ରାଏଲ୍ ସରକାର ମାସ୍କ୍ ନ ପିନ୍ଧିବାକୁ ନିଦ୍ଦେର୍ଶ ଜାରି କରିଥିଲେ। ତେବେ କରୋନା ମହାମାରୀର ତୃତୀୟ ଲହର ଯୋଗୁ ଏବେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୦ ହଜାର ୨୨୫ ଛୁଇଁଛି। ସେହିପରି ମୃତକଙ୍କ ସଂଖ୍ୟା ୬ ହଜାର ୪୨୮ରେ ପହଞ୍ଚିଛି। ସରକାର ମାସ୍କ୍ ନ ପିନ୍ଧିବାକୁ ନିର୍ଦ୍ଦେଶ ଦେବାର ଏକ ସପ୍ତାହ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନଫ୍ଟାଲି ବେନେଟ୍ ଦେଶବାସୀଙ୍କ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ଏକ ଭୁଲ୍ ନିଷ୍ପତ୍ତି ଥିଲା ବୋଲି ଏବେ ପ୍ରଧାନମନ୍ତ୍ରୀ ହୃଦୟଙ୍ଗମ କରୁଛନ୍ତି। ଏହାଯୋଗୁ ପୁଣି ଦେଶକୁ କରୋନା ଫେରିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି କରାଯାଇଛି।
ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...
ଲକ୍ଷ୍ୟ କେତେ ଦୂର
ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...
ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଉପରେ...
ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...
ଫାଇଜର-ମର୍ଡେନା ଭାକ୍ସିନ୍କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …
ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍...
ସେନା ବିମାନ ଦୁର୍ଘଟଣା: ୧୨ ମୃତ
ନାପିତାଉ,୧୦ା୬: ମ୍ୟାନ୍ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...


