ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ଦ୍ୱାରା ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ କରାଯିବା ସମ୍ଭବ ନୁହେଁ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ଏହା ସହିତ ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଜାରି କରିବାକୁ କୋର୍ଟ ମନା କରିଦେଇଛନ୍ତି। ଏହି ମାମଲାର ବିଚାର କରି ବିଚାରପତି ଅଜୟ ମାନିକ୍ରାଓ ଖାନଓ୍ବିଲ୍କର ଏବଂ ଦିନେଶ ମହେଶ୍ୱରୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ ପ୍ରଦାନ କରିଛନ୍ତି। ସମସ୍ତ ବୋର୍ଡକୁ ନିଜ ନିଜର ମୂଲ୍ୟାଙ୍କନ ପଦ୍ଧତି ପ୍ରସ୍ତୁତ କରିବାକୁ ପଡ଼ିବ। ସମସ୍ତ ବୋର୍ଡ ଭିନ୍ନ ଭିନ୍ନ ପଦ୍ଧତି ଗ୍ରହଣ କରିବା ଲାଗି ସ୍ବତନ୍ତ୍ର ବୋଲି ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ ସମସ୍ତ ଦ୍ୱାଦଶ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ଗ୍ରହଣ ଲାଗି ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେବାକୁ ଏକ ଆବେଦନ କରାଯାଇଥିଲା। ତେବେ ଏହାକୁ କୋର୍ଟ ସମ୍ଭବ ନୁହେଁ ବୋଲି କହିଛନ୍ତି।
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
Posted inକରୋନା ଭାଇରସ୍, ଜାତୀୟ View All
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ...
ଭିଡ଼ କଲେ, ବୋହିନେଲେ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ...
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...


