ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୨୬ ତାରିଖରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଦିଆଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ଼ ୭.୫, ପୁରୀ ୨୬, ଭୁବନେଶ୍ୱର ୭.୬, କଟକ ୨.୪ ଏବଂ ଚାନ୍ଦବାଲିରେ ୭.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ
ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...
ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...
ଜଳବନ୍ଦୀରେ ନଦୀକୂଳିଆ ଗାଁ
ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ...


