ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ୍ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେଶନ୍ ୱାର୍ଡ ଏବଂ ଦେବଗଡ଼ ରାଜମୁଣ୍ଡାସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଟିକାଭଣ୍ଡାର ଗୃହର ଉଦ୍ଘାଟନ କରିଛନ୍ତି। ମହାମାରୀ ସମୟରେ ଜଣେ ବି କୋଭିଡ୍ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ଏବଂ ଦ୍ୱିତୀୟ ଲହରରୁ ମିଳିଥିବା ଅଭିଜ୍ଞତା ତୃତୀୟ ଲହର ମୁକାବିଲାରେ ସହାୟକ ହେବ। ଏବେ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବହୁ କାମ ହେଉଛି। ଏହା କୋଭିଡ୍ ବିରୋଧୀ ଲଢ଼େଇ ଆହୁରି ମଜଭୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ଏମ୍ପି ମହେଶ ସାହୁ, ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ୍ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଷନ କୁମାରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ...
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍
ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍ ସୋମବାର ଅପରାହ୍ନ ପ୍ରାୟ...
ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ...
ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ...


