Categories: ଜାତୀୟ

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି। ଏଥିରେ ଜଣେ ୮ ବର୍ଷୀୟା ଝିଅଙ୍କ ମୃତ୍ୟୁ ଘଟିଛି। ପୁଅ ନ ଥିବାରୁ ବ୍ୟକ୍ତି ଜଣଙ୍କ ଏଭଳି ନିଷ୍ପତ୍ତି ନେଇଛନ୍ତି। ଜଣେ ଗ୍ରାମବାସୀ ମହିଳାଙ୍କ ସ୍ବର ଶୁଣିବା ପରେ ସମ୍ପୃକ୍ତ ମହିଳା ଏବଂ ତାଙ୍କର ଗୋଟିଏ ଝିଅଙ୍କୁ ଉଦ୍ଧାର କରିଥିଲେ। ଛତ୍ରପୁର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୮୦ କିଲୋମିଟର ଦୂରରେ ଥିବା ଚାନ୍ଦ ପୋଲିସ ଷ୍ଟେଶନ ଅଧୀନରେ ଏହି ଘଟଣା ଘଟିଛି। ଚାନ୍ଦ ପୋଲିସ ଷ୍ଟେସନର ତଦନ୍ତକାରୀ ଅଧିକାରୀ ସବ-ଇନ୍ସପେକ୍ଟର ରାଜେନ୍ଦ୍ର ସିଂ କହିଛନ୍ତି ଯେ, ମୃତ ଝିଅର ମା’ ବିଟିବାଇ ଯାଦବ ପୋଲିସ ଆଗରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ତିନି ମାସ ପୂର୍ବେ ସେ ଦ୍ୱିତୀୟ ଝିଅ ଜନ୍ମହେବାରୁ ସ୍ବାମୀ ରାଜା ଭାୟା ଯାଦବ ତାଙ୍କୁ ମାରପିଟ୍‌ କରୁଥିଲେ। ଏହି କାରଣରୁ, ସେ ଏକ ମାସ ପୂର୍ବରୁ ଝିଅଙ୍କୁ ସହିତ ତାଙ୍କ ବାପଘରକୁ ପଳାଇଥିଲେ। ନିକଟରେ ରାଜା ଭାୟା ଯାଦବ ତାଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ଶ୍ୱଶୁର ଘରୁ ନେଇଆସିଥିଲେ। ଏହାପରେ ସେ ସ୍ତ୍ରୀ ଏବଂ ୨ ଝିଅଙ୍କୁ କୂଅକୁ ଠେଲି ଦେଇଥିଲେ। ଏବେ ଅଭିଯୁକ୍ତ ଫେରାର ଅଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.