ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ଗତ କିଛି ଦିନ ତଳେ ବେଣୁମାଧବ କରୋନାରେ ଆକ୍ରାନ୍ତ ହୋଇ ପୁଣି ସୁସ୍ଥ ହୋଇଥିଲେ। ତାଙ୍କର ଆରଟିପିସିଆର ରିପୋର୍ଟ ମଧ୍ୟ ନେଗେଟିଭ ଆସିଥିଲା। ହେଲେ ପରବର୍ତ୍ତୀ ସମୟରେ ତାଙ୍କର ଫୁସ୍ଫୁସ ସଂକ୍ରମିତ ହୋଇ ନଷ୍ଟ ହୋଇଯାଇଥିବା ଜଣାପଡ଼ିଥିଲା। ଫଳରେ ତାଙ୍କୁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ତାଙ୍କ ମୃତଦେହକୁ ବାଲେଶ୍ବର ଅଣାଯିବ। ସୂଚନା ମୁତାବକ ବେଣୁମାଧବ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡାଙ୍କ ପୁଅ। ବାଲେଶ୍ବରରେ ସମାଜସେବା ତଥା ରାଜନୀତି କ୍ଷେତ୍ରରେ ସେ ନିଜର ଏକ ପରିଚୟ ସୃଷ୍ଟି କରିପାରିଥିଲେ। ଏହା ସହିତ ସେ ବାଲେଶ୍ବରର ବିଭିନ୍ନ ଅନୁଷ୍ଠାନ ସହିତ ମଧ୍ୟ ଜଡ଼ିତ ଥିଲେ। ତାଙ୍କ ବିୟୋଗରେ ବାଲେଶ୍ୱରରେ ଶୋକର ଛାୟା ଖେଳିଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...
ବେଆଇନ ଭାବେ ଖୋଳିନେଲେ ମାଟି
ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...
ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...
ରେଡ ଜୋନ୍ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ...


