ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ ହୋଇଯାଇଛି। ଆସନ୍ତା ବର୍ଷ ବିଧାନସଭାର ସମସ୍ତ ଆସନ ପାଇଁ ଏଏପି ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟରେ ଏଏପି ଦଳକୁ ବିସ୍ତାର ଓ ସୁଦୃଢ଼ କରିବା ପାଇଁ ସୋମବାର କେଜରିଓ୍ବାଲ ଅହମଦାବାଦରେ ପହଞ୍ଚିଛନ୍ତି। ଅହମଦାବାଦରେ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି ଏହି ଘୋଷଣା କରିଥିଲେ। ଏଥିସହ ସେ କହିଛନ୍ତି, ଆଜିକା ଦିନରେ ଗୁଜରାଟର ଯେଉଁ ସ୍ଥିତି ରହିଛି ତାହା କେବଳ ଭାଜପା ଓ କଂଗ୍ରେସ ସରକାରଙ୍କ ଲାଗି। ଗତ ୨୭ବର୍ଷରୁ ରାଜ୍ୟରେ ଗୋଟିଏ ଦଳର ହିଁ ସରକାର ଶାସନକ୍ଷମତାରେ ରହିଛନ୍ତି। ହେଲେ ଆଜିବି ରାଜ୍ୟରେ ଭଲ ସ୍କୁଲଟିଏ ନାହିଁ, ଲୋକମାନେ ଭଲ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଅଛନ୍ତି। ତେବେ ଦିଲ୍ଲୀ ଭଳି ଗୁଜରାଟରେ ମଧ୍ୟ ଏକ ନୂଆ ମଡେଲ ଜାରି କରାଯିବ ବୋଲି କେଜରିଓ୍ବାଲ ଦାବି କରିଛନ୍ତି। ଏଥିସହ ୨୦୨୨ ବିଧାନସଭା ନିର୍ବାଚନରେ ଜନତାଙ୍କ ପ୍ରକୃତ ପ୍ରସଙ୍ଗକୁ ନେଇ ଦଳ ନିର୍ବାଚନ ଲଢ଼ିବ ବୋଲି କେଜରିଓ୍ବାଲ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.