ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଆଦି ବିଭିନ୍ନ ମାମଲାରେ ଛନ୍ଦି ହୋଇ ଜେଲ ଯାଇଥିବା ଅଭୟଙ୍କୁ ଗୁରୁବାର ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ତାଙ୍କ ନାମରେ ଥିବା ସମସ୍ତ ୪ ମାମଲାରେ ଜାମିନ ମିଳିଥିବାରୁ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୬ଟାରେ ଅଭୟକାନ୍ତ ଝାରପଡ଼ା ଜେଲରୁ ବାହାରିଥିଲେ। ତେବେ ଝାରପଡ଼ା ଜେଲରେ ଥିବା ତାଙ୍କ ପୁଅ ଆକାଶ ପାଠକଙ୍କ ନାମରେ କ୍ରାଇମ୍ବ୍ରାଞ୍ଚ ମାମଲା ବିଚାରାଧୀନ ଥିବାରୁ ସେ ମୁକୁଳିପାରିନାହାନ୍ତି।
ସୂଚନା ଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ଗିରଫ ହୋଇଥିଲେ। ଅଭୟକାନ୍ତଙ୍କୁ ଭିଜିଲାନ୍ସ ଓ ଆକାଶଙ୍କୁ କ୍ରାଇବ୍ରାଞ୍ଚ ଗିରଫ କରିଥିଲା। ସ୍କାଇ କିଙ୍ଗ୍ ଟ୍ରାଭେଲ୍ସ ଠକେଇ ନେଇ ଖାରବେଳନଗର ଥାନାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସରେ ଏବଂ ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ଘଟଣାରେ ଗଞ୍ଜାମ ଗୋଳନ୍ଥରା ଓ ବ୍ରହ୍ମପୁର ବୈଦେଶ୍ୱର ଥାନାରେ ମାମଲା ରୁଜୁ ହୋଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.