Categories: ଜାତୀୟ

କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍‌ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..

ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି ଗାଡ଼ିର ଅବସ୍ଥାକୁ ଦେଖି ତାହା ଅନୁମାନ କରାଯାଇଥାଏ। ଏବେ ସେଭଳି ଏକ ଦୁର୍ଘଟଣାର ଫଟୋ ଭାଇରାଲ ହେଉଛି। ସେଥିରେ ଏକ ଗାଡ଼ି ଦୁଇଫାଳ ହୋଇଯାଇଛି। ଛିନ୍ଦଓ୍ବାଡା-ନାଗପୁର ହାଇଓ୍ବେରେ ଏକ କାର୍‌ ମର୍ମନ୍ତୁଦ ଦୁର୍ଘଟଣାର ଶିକାର ହୋଇଥିଲା। ଏଥିଯୋଗୁ ଗାଡ଼ିଟି ଦୁଇ ଫାଳ ହୋଇଯିବା ସହ ୩ ଲୋକଙ୍କ ମୃତ୍ୟୁ ଘଟିଥିଲା।

ରିପୋର୍ଟ ଅନୁଯାୟୀ, ଉକ୍ତ କାର୍‌ଟିରେ ୫ ଯାତ୍ରୀ ଥିଲେ। ଏକ ମୋଟରସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ କାର୍‌ ଚାଳକଜଣଙ୍କ ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡ଼ିଟି ଏକ ବ୍ରିଜ୍‌ର ବାଡ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାର୍‌ର ଦୁଇଫାଳ ହୋଇଯାଇଥିଲା। ପଛସିଟ୍‌ରେ ବସିତିବା ୩ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ଆଗରେ ଥିବା ଚାଳକ ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା।

ଏବେ ଏହି ଦୁର୍ଘଟଣାରେ ଗାଡ଼ିଟି ଦୁଇଫାଳ ହେବାକୁ ନେଇ ଚର୍ଚ୍ଚା ହେଉଛି। ଲୋକେ ଗାଡ଼ିର ନିର୍ମାଣଶୈଳୀ ଏବଂ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଉଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.