ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍‌ ଜିମ୍‌ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅନ୍ଧାଳୁଆ ଗ୍ରାମର ରଞ୍ଜିତ ନାୟକ (୨୨)। ସେ ଭୁବନେଶ୍ୱରରେ ରହିବା ସହ ଉକ୍ତ ଜିମ୍‌ରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାରବର୍ଗ ଓ ସମ୍ପର୍କୀୟମାନେ ଗଣମାଧ୍ୟମ ଆଗରେ ଅଭିଯୋଗ ଆଣି ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ସୂଚନା ମୁତାବକ, ରଞ୍ଜିତ କିଛିବର୍ଷ ତଳେ ଭୁବନେଶ୍ୱରକୁ କାମ ଅନ୍ବେଷଣରେ ଚାଲିଆସିଥିଲେ। ସେ ୟୁନିଟ ୬ ଅକ୍ଷମ କେନ୍ଦ୍ର ବସ୍ତିରେ ଏକ ଘରଭଡ଼ା ନେଇ ରହୁଥିଲେ। ଗତ ୩ବର୍ଷ ହେଲା ୟୋଗିକ୍‌ ଜିମ୍‌ ସେଣ୍ଟରରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟରତ ଥିଲେ। ସେ ରାତି ୧୦ଟାରୁ ସକାଳ ପର୍ଯ୍ୟନ୍ତ ଡ୍ୟୁଟି କରିଥାନ୍ତି। ସୋମବାର ରାତିରେ ରଞ୍ଜିତ ଉକ୍ତ ଜିମ୍‌କୁ ଡ୍ୟୁଟି ପାଇଁ ଯାଇଥିଲେ। ତେବେ ମଙ୍ଗଳବାର ସକାଳ ୬ଟାରେ ଫାଟକ ଖୋଲା ନ ହେବାରୁ ଜିମ୍‌ର ସଦସ୍ୟମାନେ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚିବା ପରେ ଭିତରପଟୁ ତାଲା ପଡ଼ିଥିବା ଫାଟକକୁ ଭାଙ୍ଗି ଖୋଲାଯାଇଥିଲା। ଜିମ୍‌ ପରିସରସ୍ଥ ପୁଲ୍‌ ଅପ୍‌ ପାଇପରେ ରଞ୍ଜିତଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ତାଙ୍କ ସମ୍ପର୍କୀୟମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ତଦନ୍ତ ଦାବିରେ ହୋହଲ୍ଲା କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଥିଲା। ସେଠାକୁ ମଧ୍ୟ ରଞ୍ଜିତଙ୍କ ୫୦ରୁ ଊର୍ଦ୍ଧ୍ୱ ସମ୍ପର୍କୀୟ ଯାଇ ଭଙ୍ଗାରୁଜା କରିଥିଲେ। ଉତ୍ତେଜନା ପ୍ରକାଶ ପାଇବାରୁ ପୋଲିସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିଥିଲା। ଏନେଇ ବଡ଼ଗଡ଼ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ କହିଛନ୍ତି, ଏକ ଅପମୃତ୍ୟୁ ମାମଲା (ନଂ.୨୫/୨୧) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ସମ୍ପର୍କୀୟମାନେ ଗଣମାଧ୍ୟମ ଆଗରେ ହତ୍ୟା ଅଭିଯୋଗ କରୁଥିଲେ ମଧ୍ୟ ଥାନାରେ କୌଣସି ଲିଖିତ ଅଭିଯୋଗ କରିନାହାନ୍ତି। ମୃତ ଯୁବକଙ୍କ ମୋବାଇଲ ଟ୍ରାକିଂ କରାଯିବା ସହ ଜିମ୍‌ରେ କାର୍ଯ୍ୟରତ ୫ଜଣ ସଦସ୍ୟଙ୍କୁ ଜେରା କରାଯିବ। ସେହିପରି ଜିମ୍‌ ପରିସରରୁ ବାଇକ, ୨ଟି କାଚଗ୍ଲାସ ଜବତ କରାଯାଇଛି। ବିଭିନ୍ନ ପାରିପାର୍ଶ୍ୱିକ ଦିଗକୁ ନେଇ ତଦନ୍ତ କରାଯିବ। ଅନ୍ୟପକ୍ଷରେ ମୃତକଙ୍କର କାହା ସହିତ ଶତ୍ରୁତା ନ ଥିଲା। ଘଟଣାର ଠିକ ଭାବେ ତଦନ୍ତ କରାଗଲେ ସତ୍ୟତା ଜଣାପଡ଼ିବ ବୋଲି ରଞ୍ଜିତଙ୍କ ସମ୍ପର୍କୀୟଙ୍କ ସମେତ ଜିମ୍‌ର କୋଚ ତଥା ଇନଚାର୍ଜ ବାବୁଲି ସ୍ବାଇଁ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.