ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ହଜାର ୪୧୯ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୫୭୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୭ ହଜାର ୬୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ ଲକ୍ଷ ୨୯ ହଜାର ୨୪୩ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୭ କୋଟି ୬୬ ଲକ୍ଷ ୯୩ ହଜାର ୫୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୧୦ ଲକ୍ଷ ୧୯ ହଜାର ୮୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.