ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ ଥିଲେ। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି)ରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ରାଶନ କାର୍ଡ ବନ୍ଧା ପଡ଼ିବା ଯୋଗୁ ରେବତୀଙ୍କ ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ତେଣୁ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ଓ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବାକୁ ସେ ନିବେଦନ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.