ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ ବୋଲି ଜଣାପଡିଛି। ଏ ନେଇ ଥାନାରେ ଅପମୃତ୍ୟୁ ମାମଲା (ନଂ୧୧/୨୧) ରୁଜୁ ହୋଇଛି। ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟାକରି ନଦୀରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ମୃତଦେହ ନଦୀପାଣିରେ ଭାସିଆସି ଲହଣ୍ଡାବୁଡ କୂଳରେ ଲାଗିଥିବା ନେଇ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ସଦର ଥାନା ଆଇଆଇସି ସୁଚିସ୍ମିତା ମହାନ୍ତି ଓ ଝାରସୁଗୁଡା ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଏହାକୁ ଉଦ୍ଧାର କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.