ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶର ନାଗପୁରରେ ଜଣେ ଲୋକଙ୍କଠାରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଚିହ୍ନଟ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଂକ୍ରମଣରୁ ଦୂରେଇ ରହିବା ଲାଗି ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କରିଛନ୍ତି। ରାଜ୍ୟକୁ ଆସୁଥିବା ସମସ୍ତ ଲୋକଙ୍କର ଆର୍ଟି-ପିସିଆର୍ ଟେଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ସେମାନଙ୍କର ଜିନୋମ୍ ସିକ୍ୱେନ୍ସିଂ କରିବାକୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ସେହିପରି କେଜିଏମ୍ୟୁ ଏବଂ ବିଏଚ୍ୟୁରେ ଜିନୋମ୍ ସିକ୍ୱେନ୍ସିଂ ବ୍ୟବସ୍ଥା କରିବା ଲାଗି କହିଛନ୍ତି। ସୂଚନାଯୋଗ୍ୟ, ଇତିମଧ୍ୟରେ ଦେଶର ୧୨ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ବ୍ୟାପିବାରେ ଲାଗିଛି। ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରେ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.