ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା ଲୋକଙ୍କୁ ସାମିଲ କରାଯାଇଛି। ତେବେ ଘରେ ଅବା ହସ୍ପିଟାଲ କ୍ୟାମ୍ପସ୍, ପାର୍କିଂ ସ୍ଥାନରେ ଘଟିଥିବା ମୃତକଙ୍କୁ ତାଲିକାରେ ସାମିଲ୍ କରାଯାଇ ନାହିଁ। ବିଭିନ୍ନ ରାଜ୍ୟରେ ସରକାରୀ ଭାବେ ଘୋଷଣା କରାଯାଇଥିବା ମୃତକଙ୍କ ସଂଖ୍ୟା ଏବଂ ବେସରକାରୀ ହିସାବ ମଧ୍ୟରେ ତାଳମେଳ ରହୁ ନ ଥିବା ଅଭିଯୋଗ ହୋଇଛି। ସରକାରଙ୍କ ମୃତକ ତାଲିକାଠାରୁ ପ୍ରକୃତ ମୃତକଙ୍କ ସଂଖ୍ୟା ଢେର୍ ଅଧିକ ବୋଲି ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ ଆଦିରେ ଘଟିଥିବା କରୋନା ମୃତକଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ଥିବାବେଳେ ସରକାରୀ ରିପୋର୍ଟରେ ଏହା କମ୍ ପ୍ରକାଶ ପାଇଥିବା ଅଭିଯୋଗ ଜାରି ରହିଛି। ଏସବୁ ରାଜ୍ୟରେ ଚିହ୍ନଟ ହୋଇ ନ ଥିବା ୪ ଲକ୍ଷ ୮୦ ହଜାରରୁ ଅଧିକ କରୋନା ମୃତକ ରହିଛନ୍ତି। ଶନିବାର ବିହାରରେ ଗତ ୫ ମାସ ମଧ୍ୟରେ ୭୫ ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେସରକାରୀ ଭାବେ ପ୍ରକାଶ ପାଇଥିବାବେଳେ ଏହା ସରକାରୀ ରିପୋର୍ଟଠାରୁ ୧୦ ଗୁଣା ଅଧିକ ବୋଲି କୁହାଯାଉଛି।
Posted inକରୋନା ଭାଇରସ୍, ଜାତୀୟ View All
ଏଲ୍ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ
ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...
ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍
ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…
ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି।...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ...
ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…
ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫...
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...
ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...


