Categories: ଜାତୀୟ

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି।

ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଅମରନାଥ ଯାତ୍ରାକୁ ସରକାର ସ୍ଥଗିତ କରିଛନ୍ତି। ହେଲେ ରୀତିନୀତି ଅନୁଯାୟୀ ପୂଜା କାର୍ଯ୍ୟ ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କ ପାଇଁ ସକାଳ ଏବଂ ସନ୍ଧ୍ୟାରେ ଅନ୍‌ଲାଇନ ମଧ୍ୟମରେ ଆଳତୀ ଦେଖିବା ପାଇଁ ବନ୍ଦୋବସ୍ଥ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୫୬ ଦିନିଆ ଅମରନାଥ ଯାତ୍ରା ଜୁନ ୨୮ରୁ ଆରମ୍ଭ ହୋଇ ଅଗଷ୍ଟ ୨୨ ତାରିଖରେ ଶେଷ ହୋଇଥାନ୍ତା। ଯାତ୍ରା ପାଇଁ ଏପ୍ରିଲ ୧ ତାରିଖରୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଥିଲା। ହେଲେ କରୋନା ଦ୍ୱିତୀୟ ଲହରକୁ ଦେଖି ଏପ୍ରିଲ ୨୨ ତାରିଖରୁ ରେଜିଷ୍ଟ୍ରେଶନ କାର୍ଯ୍ୟକୁ ବନ୍ଦ କରାଯାଇଥିଲା।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.