ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା.ସୁନୀଲ କୁମାର ଅଗ୍ରୱାଲ୍ ସୂଚନା ଦେଇଛନ୍ତି। ଏଭଳି ଅଦ୍ଭୁତ ଶିଶୁ ଜନ୍ମଗ୍ରହଣ ଏମ୍କେସିଜି ମେଡିକାଲରେ ପ୍ରଥମ ବୋଲି କୁହାଯାଉଛି। ଜେନେଟିକ୍ ସମସ୍ୟା ଯୋଗୁ ଶରୀର ଗଠନରେ ଅସୁବିଧା ଦେଖାଯିବା ସହ ଏଭଳି ସମସ୍ୟା ହୋଇଥାଏ ବୋଲି ଡା. ଅଗ୍ରୱାଲ କହିଛନ୍ତି। କନ୍ଧମାଳ ଜିଲା କ.ନୂଆଗଁା ଥାନା ଅନ୍ତର୍ଗତ ଡାମେରକିଆ ଗ୍ରାମର ଗୌତମ ଦୀପ୍ଙ୍କ ସ୍ତ୍ରୀ ଯସ୍ମିନ୍ଙ୍କୁ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରାଯାଇଥିଲା। ବୁଧବାର ମଧ୍ୟାହ୍ନରେ ସେ ପ୍ରସବ ବେଦନା ଅନୁଭବ କରିବାରୁ ତାଙ୍କୁ ଲେବର୍ ରୁମ୍କୁ ନିଆଯାଇଥିଲା। ସେଠାରେ ଡାକ୍ତରଙ୍କ ପରୀକ୍ଷା ପରେ ଗର୍ଭରେ ଥିବା ସନ୍ତାନର ସେଭଳି କୌଣସି ପ୍ରତିକ୍ରିୟା ଜଣାପଡ଼ୁ ନ ଥିଲା। ଏଣୁ ଶିଶୁଟିର ମୃତ୍ୟୁ ଘଟିଥିବା ଡାକ୍ତରମାନେ ଅନୁମାନ କରିଥିଲେ। ମା’ର ଜୀବନ ବଞ୍ଚାଇବା ପାଇଁ ଶେଷରେ ଅସ୍ତ୍ରୋପଚାର କରାଯାଇଥିଲା। ପରେ ଡାକ୍ତରମାନେ ଶିଶୁକୁ ମୃତ ଘୋଷଣା କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.