ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ ମେ ୧୫ରେ ପ୍ରଥମ ଡୋଜ୍ ଟିକା ନେଇଥିବା ହିତାଧିକାରୀ ଜୁନ୍ ୧୪ ତାରିଖ ସକାଳ ୯ଟାରୁ ଅପରାହ୍ନ ୧ଟା ମଧ୍ୟରେ ଦ୍ୱିତୀୟ ଡୋଜ୍ ଟିକା ନେଇ ପାରିବେ। ସେହିପରି ମେ ୧୭ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୪ତାରିଖ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ, ମେ ୧୮ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୫ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୧୯ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୬ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୨୦ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୭ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୨୧ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୮ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଓ ମେ ୨୨ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୯ ତାରିଖରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଟିକା ନେଇ ପାରିବେ। ଯାତ୍ରୀ ନିବାସଠାରେ ଆୟୋଜିତ ଟିକାକରଣ କେନ୍ଦ୍ରରେ ପ୍ରଥମ ଡୋଜ୍ ଟିକା ନେଇଥିବା ହିତାଧିକାରୀମାନେ କଟକ ରୋଡସ୍ଥିତ ବୁଦ୍ଧେଶ୍ୱରୀ କମ୍ୟୁନିଟି ସେଣ୍ଟରରେ୍ ଦ୍ୱିତୀୟ ଡୋଜ୍ ଟିକା ନେବେ। ସେହିପରି ତେରାପନ୍ଥ ଭବନରେ ପ୍ରଥମ ଡୋଜ୍ ଟିକା ନେଇଥିବା ବ୍ୟକ୍ତି ୟୁନିଟ-୧ ବାଳିକା ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ଡୋଜ୍ ଟିକା ନେଇ ପାରିବେ। ଏହା ବ୍ୟତୀତ ଅନ୍ୟ ସମସ୍ତ ହିତାଧିକାରୀମାନେ ପ୍ରଥମ ଡୋଜ୍ ନେଇଥିବା ସେଣ୍ଟରଠାରେ ଦ୍ୱିତୀୟ ଡୋଜ୍ ଟିକା ନେଇ ପାରିବେ। ସେହିପରି ଟିକାକେନ୍ଦ୍ରକୁ ଯିବା ସମୟରେ ପ୍ରଥମ ଡୋଜ୍ ଟିକାକରଣର ସାର୍ଟିଫିକେଟ୍ ସାଙ୍ଗରେ ନେବାକୁ ବାଧ୍ୟତାମୂଳକ କରାଯାଇଛି।
ଦ୍ୱିତୀୟ ଡୋଜ୍ ପାଇଁ ହିତାଧିକାରୀ ହଟହଟା
ଭୁବନେଶ୍ୱର, ୮।୬ (ବ୍ୟୁରୋ): ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି...
ବଜାର ବନ୍ଦ, ସରକାର ନେଉନାହାନ୍ତି
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...
ରାଜ୍ୟରେ ୮ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...
ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା
ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍ଡାଉନ ଓ ଶଟ୍ଡାଉନ...
ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍ଦେଇ କେବଳ...
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...
ରାଇସମିଲ୍ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍ ଗେଟ୍ରେ ତାଲା ପକାଇ...


