E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି
9:47 amJune 8, 2021

ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍‌ଫୁସ୍‌ ଓ ବୃକକ୍‌ରେ ରହିଥିବା ସମସ୍ୟା ମଧ୍ୟ ଜଣାପଡ଼ିବ। ତାହା ପୁଣି ଏକ ମିନିଟ୍‌ରୁ କମ୍‌ ସମୟ ମଧ୍ୟରେ। ଏଭଳି ଏକ ମେଶିନ ତିଆରି କରିଛି ଇଜି-ଆର୍‌ଏକ୍ସ କମ୍ପାନୀ। ଏହି କମ୍ପାନୀ ବିଭିନ୍ନ ମେଡିକାଲ ଯନ୍ତ୍ରପାତି ତିଆରି କରିଥାଏ। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ହେଉଛି ନୂଆ ଷ୍ଟାର୍ଟଅପ୍‌। ଏହା କିପରି ବହୁତ ଶସ୍ତା ଓ ସହଜରେ ବଜାରରେ ଉପଲବ୍ଧ ହୋଇପାରିବ ସେଥିପାଇଁ କମ୍ପାନୀ ପ୍ରସ୍ତୁତି ଚଳାଇଛି। କୋଭିଡ୍‌-୧୯ ପରି ମହାମାରୀ ସମୟରେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗରେ ଅସ୍ବାଭାବିକତା ଏବଂ କାର୍ଯ୍ୟ ବନ୍ଦ କରିଦେବା ଭଳି ସ୍ଥିତିର ତ୍ୱରିତ ସୂଚନା ଦେଇପାରିବ ଏହି ମେଶିନ। ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଥିବା ବୟସ୍କ ରୋଗୀଙ୍କ କ୍ଷେତ୍ରରେ ଶରୀର ଯାଞ୍ଚ ନିମନ୍ତେ ଏହା ବହୁ ଉପଦେୟ ସାବ୍ୟସ୍ତ ହୋଇପାରିବ ବୋଲି ଇଜି-ଆର୍‌ଏକ୍ସ ପକ୍ଷରୁ କୁହାଯାଇଛି।
ସେହିପରି ଅନ୍ୟ ଏକ ସଂସ୍ଥା ମାକ୍‌ଫି ସଲ୍ୟୁଶନ୍‌ ପ୍ରା.ଲିଃ. କୋଭିଡ୍‌-୧୯ ପ୍ରତିଷେଧକ ଟିକାକୁ ସହଜ ଏବଂ ନିରାପଦରେ ପରିବହନ କରିବା ନିମନ୍ତେ ବିଯୁକ୍ତ ତାପମାତ୍ରାଯୁକ୍ତ ପରିବହନ ଓ ଷ୍ଟୋରେଜ୍‌ ସକାଶେ ଏକ ଉପକରଣର ନିର୍ମାଣ କରିଛି। ଏହାର ନାମ ରହିଛି ବାୟୋସିୟୋର। ଏହା ସାହାଯ୍ୟରେ ଘରକୁ ଘର ବୁଲି ଟିକାଦାନ ପ୍ରକ୍ରିୟାକୁ ଅନ୍ୟାୟାସରେ ସଞ୍ଚାଳନ କରିହେବ। ଏହା ବିଶେଷ ଭାବେ ଅଗମ୍ୟ ଏବଂ ଦୂରଦୂରାନ୍ତ ଅଞ୍ଚଳରେ ବହୁ ଉପକାରୀ ହୋଇପାରିବ। ଏହାର ଉତ୍ପାଦନ କରିବା ପାଇଁ ଆଇସିଏମ୍‌ଆର୍‌କୁ ଆବେଦନ କରିଛି ମାକ୍‌ଫି ସଲ୍ୟୁଶନ।
ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଷ୍ଟାର୍ଟଅପ୍‌ ଓଡ଼ିଶା ଦ୍ୱାରା ଏସବୁ ଷ୍ଟାର୍ଟଅପ୍‌ ପଞ୍ଜୀକୃତ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ଏହି ନୂତନ ଷ୍ଟାର୍ଟଅପ୍‌ଗୁଡ଼ିକୁ ପର୍ଯ୍ୟାପ୍ତ ସୁବିଧା ଯୋଗାଇ ଦିଆଯାଇଛି। ଏଥିପାଇଁ ଏମ୍‌ଏସ୍‌ଏମ୍‌ଇ ପାର୍କ, ଶିଳ୍ପାଞ୍ଚଳ ଆଦି ସୃଷ୍ଟି କରାଯାଇଛି। ଆବଶ୍ୟକ କ୍ଷେତ୍ରରେ ସରକାରୀ ଜମିଯୋଗାଣ, ବ୍ୟାଙ୍କ ଲିଙ୍କକେଜ୍‌ ଆଦି ସୁବିଧା ଯୋଗାଇ ଦିଆଯାଉଛି। ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଷ୍ଟାର୍ଟଅପ୍‌ଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ନିୟମିତ ଭାବେ ସମୀକ୍ଷା ବୈଠକ ଆୟୋଜନ କରି ଉଦ୍ୟୋଗ ପ୍ରତିଷ୍ଠାକୁ ନେଇ ଉପୁଜୁଥିବା ସମସ୍ୟାଗୁଡ଼ିକର ସମାଧାନ କରୁଥିବା ବିଭାଗ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...

ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା...

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
Next Post Next post:
ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts