ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍ବଲ ଦଳର ମିଡ୍ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍ ହୋଟେଲରେ ଏକ ସ୍ବତନ୍ତ୍ର ରୁମ୍ରେ ସେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ଦୋହାଠାରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ଭାରତ ଏସିଆନ ଚାମ୍ପିୟନ କାତାରଠାରୁ ୦-୧ ଗୋଲରେ ପରାଜିତ ହୋଇଥିଲା। ଉଭୟ ବିଶ୍ୱକପ୍ ଓ ଏସିଆନ କପ୍ ପାଇଁ ମିଳିତ ଭାବେ ଖେଳାଯାଉଥିବା କ୍ୱାଲିଫାୟର୍ସରୁୁ ଏହା ଅନ୍ୟତମ ମ୍ୟାଚ୍ ଥିଲା। ଏହାର ଦିନକ ପୂର୍ବରୁ ଅର୍ଥାତ୍ ବୁଧବାର କୋଭିଡ୍ ଟେଷ୍ଟ ଫଳାଫଳ ବାହାରିଥିଲା। ଚେନ୍ନାଇନ୍ ଏଫ୍ସି ଏହି ୨୩ ବର୍ଷୀୟ ଖେଳାଳିଙ୍କର ଆଉ କିଛିଦିନ ପରେ କରୋନା ଟେଷ୍ଟ ହେବ ବୋଲି ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ସାଧାରଣ ସମ୍ପାଦକ କୁଶାଲ ଦାସ ପ୍ରକାଶ କରିଛନ୍ତି। ଅନିରୁଦ୍ଧ ଭାରତ ପାଇଁ ୨୦ଟି ମ୍ୟାଚ ଖେଳିଛନ୍ତି। ଭାରତ ବିଶ୍ୱକପ୍ ପାଇଁ ଯୋଗ୍ୟତା ହାସଲ ଦୌଡ଼ରୁ ବାଦ୍ ପଡ଼ିସାରିଛି। କିନ୍ତୁ ୨୦୨୩ ଏସିଆନ୍ କପ୍ ଆଶା ରଖିଛି। ଭାରତ ଏ ପର୍ଯ୍ୟନ୍ତ ୬ଟି ମ୍ୟାଚରୁ ୩ ପଏଣ୍ଟ ଅର୍ଜନ କରିଛି। ଗ୍ରୁପ୍ ଇ’ ଷ୍ଟାଣ୍ଡିଂରେ ଚତୁର୍ଥ ସ୍ଥାନ ଅଧିକାର କରିଛି। ମୁଖ୍ୟ କୋଚ୍ ଇଗୋର ଷ୍ଟିମାକ୍ଙ୍କ ତତ୍ତ୍ୱାବଧାନରେ ଭାରତ ଆଉ ଦୁଇଟି ମ୍ୟାଚ ଖେଳିବ। ଦଳ ଜୁନ୍ ୭ରେ ବାଂଲାଦେଶ ଏବଂ ଜୁନ୍ ୧୫ରେ ଆଫଗାନିସ୍ତାନ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.