ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ସେ ଜଣେ କର୍ତ୍ତବ୍ୟନିଷ୍ଠ,ସରଳ,ନିଷ୍କପଟ ବ୍ୟକ୍ତିତ୍ୱ ଥିଲେ। ଡାକ୍ତରୀ ପାସ୍ ପରେ ସେ ସୋହେଲାସ୍ଥିତ ପଦ୍ମପୁରରୋଡ୍ରେ ଏକ କ୍ଲିନିକ୍ କରି ରୋଗୀଙ୍କ ସେବା କରୁଥିଲେ ା ଏହି କରୋନା କାଳରେ ଅଞ୍ଚଳର ଶହ ଶହ ରୋଗୀଙ୍କ ଚିକିତ୍ସା କରି ସେ ରୋଗୀଙ୍କ ଜୀବନ ରକ୍ଷା କରିଥିଲେ। ଶେଷରେ ନିଜେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ପ୍ରଥମେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବରଗଡ଼ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ନିଧନ ହୋଇଥିଲା। ତାଙ୍କ ମରଶରୀରକୁ ଭଟଲିରୋଡ୍ରେ ଥିବା କୋଭିଡ ଶ୍ମଶାନକୁ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ା ସ୍ତ୍ରୀ ମଞ୍ଜୁ ଓ ପୁଅ ତାପସ ଏକପ୍ରକାର ଭାଙ୍ଗିପଡ଼ିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ା
Posted inଆମ ଜିଲା ଖବର, କରୋନା ଭାଇରସ୍, ବରଗଡ଼ View All
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...
ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...
ବିଆର୍ପିଏଲ୍: ଟୋପାଏ ପ୍ରଦୂଷଣ
ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...
କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ବିଜେଡି ଏମ୍ପି-ବିଧାୟକ ମୁହାଁମୁହିଁ
ପାଲଲହଡ଼ା,୫ା୬(ଡି.ଏନ୍.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ଢେଙ୍କାନାଳ ଏମ୍ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ...
ରେଡ ଜୋନ୍ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...


