ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ସେ ଜଣେ କର୍ତ୍ତବ୍ୟନିଷ୍ଠ,ସରଳ,ନିଷ୍କପଟ ବ୍ୟକ୍ତିତ୍ୱ ଥିଲେ। ଡାକ୍ତରୀ ପାସ୍ ପରେ ସେ ସୋହେଲାସ୍ଥିତ ପଦ୍ମପୁରରୋଡ୍ରେ ଏକ କ୍ଲିନିକ୍ କରି ରୋଗୀଙ୍କ ସେବା କରୁଥିଲେ ା ଏହି କରୋନା କାଳରେ ଅଞ୍ଚଳର ଶହ ଶହ ରୋଗୀଙ୍କ ଚିକିତ୍ସା କରି ସେ ରୋଗୀଙ୍କ ଜୀବନ ରକ୍ଷା କରିଥିଲେ। ଶେଷରେ ନିଜେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ପ୍ରଥମେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବରଗଡ଼ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ନିଧନ ହୋଇଥିଲା। ତାଙ୍କ ମରଶରୀରକୁ ଭଟଲିରୋଡ୍ରେ ଥିବା କୋଭିଡ ଶ୍ମଶାନକୁ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ା ସ୍ତ୍ରୀ ମଞ୍ଜୁ ଓ ପୁଅ ତାପସ ଏକପ୍ରକାର ଭାଙ୍ଗିପଡ଼ିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ା
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.