କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ ଏବଂ ସୋନାଲି ଗୁହା ସାମିଲ ଅଛନ୍ତି। ସେ ମଧ୍ୟ ପ୍ରତ୍ୟକ୍ଷ ଏବଂ ପରୋକ୍ଷରେ ଟିଏମ୍ସି ଫେରିଯିବାକୁ ଚାହୁଁଛନ୍ତି। ଏବେ ହୁଗୁଳିର ଉତ୍ତରପଡାର ପୂର୍ବତନ ବିଧାୟକ ପ୍ରବୀର ଘୋଷାଲ ମଧ୍ୟ ଟିଏମ୍ସି ଫେରିଯିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ପ୍ରବୀର ଭାଜପା ଉପରେ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି, ନିକଟରେ ମୋର ମା’ଙ୍କର ଦେହାନ୍ତ ହୋଇଛି। ଟିଏମ୍ସି ଏମ୍ପି କଲ୍ୟାଣ ବନ୍ଦୋପାଧ୍ୟାୟ ଏବଂ ବିଧାୟକ କାଞ୍ଚନ ମଲିକ ମୋତେ ଫୋନ୍ କରିଥିଲେ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସମବେଦନା ଜଣାଇଛନ୍ତି। କେବଳ ସ୍ଥାନୀୟ ଭାଜପା ନେତାମାନେ ଦୁଃଖ ପ୍ରକାଶ କରିଛନ୍ତି। ଏଥିରେ ମୁଁ ଟିକିଏ ନିରାଶ ଅନୁଭବ କରୁଛି ବୋଲି ସେ କହିଛନ୍ତି। ନିକଟରେ ଏକ ଫେସ୍ବୁକ ପୋଷ୍ଟରେ ଭାଜପା ଜାତୀୟ ଉପାଧ୍ୟକ୍ଷ ମୁକୁଲ ରୟଙ୍କ ପୁଅ ଶୁଭ୍ରାଂଶୁ ରୟ ମଧ୍ୟ ମମତା ବାନାର୍ଜୀଙ୍କୁ ଆବଶ୍ୟକ ସମୟରେ ତାଙ୍କ ପରିବାର ପାଖରେ ପହଞ୍ଚିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ଟିଏମ୍ସିର ଶୀର୍ଷ ସୂତ୍ରରୁ ଜଣାପଡିଛି ଯେ, ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିବା କିଛି ନେତା ପୁଣି ଟିଏମ୍ସିରେ ଯୋଗଦେବାକୁ ଚାହୁଁଛନ୍ତି।
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ
କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍-୧୯...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍ ନେଇଥିବା...
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ...
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ
ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...


