ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ଜଷ୍ଟିସ୍ ମିଶ୍ରଙ୍କ ନାମ ସୁପାରିସ କରିଥିବା ଜଣାପଡ଼ିଛି। ସେହିପରି ଗୋଇନ୍ଦା ବ୍ୟୁରୋର ପୂର୍ବତନ ନିର୍ଦ୍ଦେଶକ ରାଜୀବ ଜୈନ ଓ ଜମ୍ମୁ-କଶ୍ମୀର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ମହେଶ କୁମାର ମିତ୍ତଲଙ୍କୁ ଏନ୍ଏଚ୍ଆର୍ସି ସଦସ୍ୟ ରୂପେ ନିଯୁକ୍ତି ମିଳିପାରେ।
ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା, ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶ, ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ଗଠିତ ଚୟନ କମିଟି ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ପଦ ଲାଗି ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ନାମ ସୁପାରିସ କରିଛି। ତେବେ ବଞ୍ଚତ୍ତ ସମୁଦାୟର ପ୍ରାର୍ଥୀଙ୍କ କଥା ବିଚାରକୁ ନିଆଯାଇ ନ ଥିବା ଦର୍ଶାଇ ଖାର୍ଗେ ତାଙ୍କ ନିଯୁକ୍ତି ଉପରେ ସହମତି ପ୍ରକାଶ କରିନାହାନ୍ତି। ଅରୁଣ ମିଶ୍ର ୧୯୭୮ରେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ସେ ୧୯୯୮-୯୯ରେ ବାର୍ କାଉନ୍ସିଲ ଅଫ୍ ଇଣ୍ଡିଆର କନିଷ୍ଠତମ ଅଧ୍ୟକ୍ଷ ନିର୍ବାଚିତ ହୋଇଥିଲେ। ୧୯୯୯ ଅକ୍ଟୋବରରେ ଜଷ୍ଟିସ୍ ମିଶ୍ର ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପରେ ସେ ରାଜସ୍ଥାନ ଏବଂ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ୨୦୧୪ ଜୁଲାଇ ୭ରେ ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତ ହୋଇଥିବା ଜଷ୍ଟିସ୍ ମିଶ୍ର ୨୦୨୦ ସେପ୍ଟେମ୍ବର ୩ରେ ଅବସର ନେଇଥିଲେ। ସେ ସୁପ୍ରିମକୋର୍ଟ ବିଚାରପତି ଥିବାବେଳେ ପ୍ରଧାନମନ୍ତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରି ବିବାଦୀୟ ହୋଇଥିଲେ। ନରେନ୍ଦ୍ର ମୋଦି ଜଣେ ଦୂରଦୃଷ୍ଟି ସମ୍ପନ୍ନ ପ୍ରଧାନମନ୍ତ୍ରୀ ଭାବେ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଲାଭ କରିଥିବା ଏପରି ଜଣେ ନେତା, ଯିଏକି ବୈଶ୍ୱିକ ସ୍ତରରେ ଚିନ୍ତା ଓ ସ୍ଥାନୀୟ ସ୍ତରରେ କାର୍ଯ୍ୟ କରନ୍ତି ବୋଲି ଜଷ୍ଟିସ୍ ମିଶ୍ର କହିଥିଲେ। ଏହାକୁ ନେଇ ସେତେବେଳେ ବିବାଦ ସୃଷ୍ଟି ହୋଇଥିଲା। ପ୍ରକାଶ ଯେ, ଏହା ପୂର୍ବରୁ ୨୭ ବର୍ଷ ମଧ୍ୟରେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ରୂପେ କେବଳ ପୂର୍ବତନ ସିଜେଆଇମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ତେଣୁ ଏହାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସାର ପୁରସ୍କାର ବୋଲି କୁହାଯାଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.